ଫୁଟିଲା ପଦ୍ମ: ମୀରାରାଣୀ ନିର୍ଦ୍ୱନ୍ଦ୍ବରେ ମହାକାଳପଡ଼ା ଅଧ୍ୟକ୍ଷା ନିର୍ବାଚିତ

କେନ୍ଦ୍ରାପଡ଼ା: ୬୩ ବର୍ଷ ପରେ ପ୍ରଥମଥର ପାଇଁ ବିଜେପି ହାତକୁ ଗଲା ମହାକାଳପଡ଼ା ବ୍ଲକ୍। ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଗଡ଼ କୁହାଯାଉଥିବା ମହାକାଳପଡ଼ା ବ୍ଲକରେ ଫୁଟିଲା ପଦ୍ମ। ୨୦୦୯ରୁ ୨୦୨୫ ମସିହା ପର୍ୟ୍ୟନ୍ତ ଅତନୁଙ୍କ ଶିବିରରେ ରହି ମହାକାଳପଡ଼ା ବ୍ଲକକୁ ଦଖଲ କରୁଥିବା ବିଜେଡି କର୍ମୀମାନେ ଅନାସ୍ଥା ଭୋଟରେ ଖେଳ ବିଗାଡିବା ପରେ ବର୍ତ୍ତମାନ ବିଧାୟକ ଦୁର୍ଗା ପ୍ରସନଙ୍କ ଏହା ବୃହତ ବିଜୟ ବୋଲି ବିବେଚନା କରାଯାଉଛି।
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକର ଅଧ୍ୟକ୍ଷ ନିର୍ବାଚନରେ ବିଜେପି ସମର୍ଥିତ ପ୍ରାର୍ଥୀ ମୀରାରାଣୀ ମହାନ୍ତି ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମହାକାଳପଡ଼ା ବ୍ଲକ ଗଡ଼ରୋମିତ ସମିତି ସଭ୍ୟା ମୀରାରାଣୀ ମହାନ୍ତିଙ୍କୁ ସମର୍ଥନ କରିବା ପାଇଁ ଆଜି ୨୫ ଜଣ ସମିତି ସଭ୍ୟ ଉପସ୍ଥିତ ଥିଲେ। ତେବେ ମୀରାରାଣୀଙ୍କ ବିପକ୍ଷରେ ବିଜେଡି ପକ୍ଷରୁ ପ୍ରାର୍ଥୀ ଦିଆଯିବା ଆଶଙ୍କା ରହିଥିବା ବେଳେ ଶେଷ ସମୟ ପର୍ୟ୍ୟନ୍ତ ଅନ୍ୟ କୌଣସି ପ୍ରାର୍ଥୀ ନୋମିନେସନ ନକରିବାରୁ ମୀରାରାଣୀ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଥିଲେ।ବ୍ଲକ ଅଧ୍ୟକ୍ଷା ରୂପେ ନିର୍ବାଚିତ ହେବା ପରେ ଡବଲ ଇଞ୍ଜିନ୍ ସରକାରରେ ମହାକାଳପଡ଼ା ଅଞ୍ଚଳରେ ବିକାଶ ପୂର୍ବାପେକ୍ଷା ଅଧିକ ତ୍ୱରାନ୍ୱିତ ହେବ ବୋଲି ମୀରାରାଣୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଗତ ମେ ମାସ ୨୮ ତାରିଖରେ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା ବିଜେଡିର କଳ୍ପନା ରାଉତଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆସିଥିଲା। ଏଥିରେ କଳ୍ପନାଙ୍କୁ ପଦ ହରାଇବା ପାଇଁ ପଡିଥିଲା।

  • Related Posts

    ମୋଦି ସରକାର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି:ରାହୁଲ

    ‘ଆମେ ଜାଣିଛୁ, ଭୋଟ ଚୋରି ନେଇ ହେଉଥିବା ଆନ୍ଦୋଳନ ଯୋଗୁ ଆପଣ ରାତିରେ ଶୋଇ ପାରୁ ନାହାନ୍ତି। କିନ୍ତୁ ଆମେ ଆପଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ଏହି ଆନ୍ଦୋଳନ ଆପଣଙ୍କ ଇସ୍ତଫାକୁ ସୁନିଶ୍ଚିତ କରିବ।’ ଆଜି ଏଭଳି କିଛି କହି ମୁଖ୍ୟ…

    Continue reading
    ଏବିଭିପିର ବଡ଼ ସଫଳତା, ୬୦ ମହାବିଦ୍ୟାଳୟର ୨୫୨ ପଦବୀରେ ନିର୍ଦ୍ୱନ୍ଦ୍ୱରେ ବିଜୟ

    ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବା ଏବିଭିପି ଏକ ବଡ଼ ସଫଳତା ହାସଲ କରିଛି । ରାଜ୍ୟର ୬୦ଟି ମହାବିଦ୍ୟାଳୟରେ ଏବିଭିପିର ପ୍ରାର୍ଥୀମାନେ ୨୫୨ଟି ପଦବୀରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ