ରଥଯାତ୍ରା ପାଇଁ ପୁରୀ ପୋଲିସର ମକ୍‌ଡ୍ରିଲ୍

ପୁରୀ : ଆଉ ଦିନକ ପରେ ମହାପ୍ରଭୁଙ୍କର‌ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଅଘଟଣ ମୁକ୍ତ ରଥଯାତ୍ରା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରଥଯାତ୍ରା ଅବସରରେ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରଥଯାତ୍ରା ପାଇଁ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆ ଠାରେ ରଥଟଣାର ମକଡ୍ରିଲ କରାଯାଇଛି । ବିଶେଷ କରି ତିନି ରଥର ସୁରକ୍ଷା, ରଥର ଇନର୍ ଓ ଆଉଟର କର୍ଡନ, ଜେନେରାଲ କର୍ଡନ ଦାୟିତ୍ବରେ ଯେଉଁ ପୋଲିସ ଅଧିକାରୀ ଓ କର୍ମଚାରୀ ରହିବେ ସେମାନଙ୍କୁ ନେଇ ହିଁ ଏହି ମକଡ୍ରିଲ କରାଯାଇଥିଲା। ଏଡିଜି ସଞ୍ଜୟ କୁମାର ନିଜେ ଏହି ମକଡ୍ରିଲର ସମୀକ୍ଷା କରିଥିଲେ। ରଥଯାତ୍ରା ଭଳି ଅବିକଳ ରଥଟଣାର ଡେମୋ କରାଯାଇଥିଲା। ତିନୋଟି ପୁଲିସ ଜିପ୍‌କୁ ତିନୋଟି ରଥ ଭାବେ ନିଆଯାଇ କର୍ଡନ ମଧ୍ୟରେ କରାଯାଇଥିଲା ରଥଟଣା। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ଵଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟାଣି ଅଭ୍ୟାସ କରିଥିଲେ। ଭିଡ ଭିତରେ ରଥ ଗୁଡିକ କିଭଳି ଟଣାଯିବ, ଇନର ଓ ଆଉଟର କର୍ଡନ କିଭଳି ରହିବ ଓ ମାଜିଷ୍ଟ୍ରେଟଙ୍କ ଦ୍ବାରା ରଥ କିଭଳି ନିୟନ୍ତ୍ରଣ କରାଯିବ ତାହାର ଅଭ୍ୟାସ ଓ ପ୍ରଶିକ୍ଷଣ କରାଯାଇଛି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ