ଆଜିଠୁ ଆଡ଼ପ ଦର୍ଶନ ଓ ଆଡ଼ପ ଅବଢ଼ା

ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ । ବିଶ୍ବ ପ୍ରସିଦ୍ଧ ରଥ ଯାତ୍ରାର ଆଜି ଚତୁର୍ଥ ଦିବସ । ଏହି ଅବସରରେ ଆଜି ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜି ଚଳିତବର୍ଷର ପ୍ରଥମ ଆଡପ ଅବଢ଼ା ପାଇବେ ଭକ୍ତ । ସେପଟେ ବନକଲାଗି ନୀତି ଥିବାରୁ ରାତି ୯ଟାରୁ ମଧ୍ୟରାତ୍ର ୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।ସକାଳୁ ମହାପ୍ରଭୁ ନୀତିକାନ୍ତି ଅନୁଷ୍ଠିତ ହେବାପରେ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି । ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହ ଦ୍ଵାର ଦେଇ ପ୍ରବେଶ କରୁଛନ୍ତି। ନାକଚଣା ଦ୍ଵାର ଦେଇ ପ୍ରସ୍ଥାନ କରୁଛନ୍ତି । ମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ ପାଇଁ ପୋଲିସ ଫୋର୍ସ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।ତେବେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗ ମଣ୍ଡପ ପରେ ରାତ୍ର ୯ ଟାରୁ ରାତ୍ର ୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଗତକାଲି ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ଅନୁଷ୍ଠିତ ହୋଇଥିଲା । ନିଜେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁଣ୍ଡିଚା ମନ୍ଦିର ସମ୍ମୁଖ ରେ ରହି ଆଡ଼ପ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇ ପାରିବ ସେ ନେଇ ଅନୁଧ୍ୟାନ କରିଥିଲେ ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ