ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ମୃତ

ବେଲବାହାଳୀ : ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା। ଡ୍ରାଇଭର୍ ମୃତ, ୧୦ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଗୁରୁତର। କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ସୋମବାର ସକାଳେ ରାମଚନ୍ଦ୍ରପୁର ଥାନା ଖଲଣାରେ ଥିବା ଜାଭିୟର ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୋଲେରୋ ଯାଉଥିବା ବେଳେ ୨୦ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିକ୍ଷୟତ୍ରୀ ଓ ୨ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଥିଲେ। ଅନ୍ୟ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ଥିବା ବେଳେ ପୁଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ