ବିଜେପିରୁ ୫ ସସପେଣ୍ଡ

ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ପକ୍ଷରୁ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେପିରୁ ୫ ଜଣଙ୍କୁ ସସପେଣ୍ଡ କରାଯାଇଛି । ସେମାନେ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମିରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ର । ଏମାନଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳର ପ୍ରାଥମିକ ସଦସ୍ୟ ପଦରୁ ସସପେଣ୍ଡ କରିଛନ୍ତି ।

ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ସମୟରେ ଅତିରିକ୍ତ କମିଶନର ଶ୍ରୀ ସାହୁ ନିଜ କାର୍ୟ୍ୟାଳୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରୁଥିବାବେଳେ ୬ରୁ ୭ଜଣ ଲୋକ ତାଙ୍କୁ ଆକ୍ରମଣ କରିଥିଲେ । ଏପରିକି ତାଙ୍କୁ ଘୋଷାଡ଼ି ନେଇ ମୁହଁକୁ ଗୋଇଠା ମାରିବା ସହ ଅମାନବୀୟ ଢଙ୍ଗରେ ମାଡ଼-ଗାଳି ସହ ରକ୍ତାକ୍ତ କରିଦେଇଥିଲେ । ତାଙ୍କୁ ସେଠାରୁ ଜବରଦସ୍ତି ଏକ ଗାଡ଼ିକୁ ଟାଣି ନେଇ ଏକ ନିର୍ଦ୍ଦିଷ୍ଟ ରାଜନୀତିକ ଦଳର ନେତାଙ୍କୁ କ୍ଷମା ମାଗିବା ପାଇଁ ବାଧ୍ୟ କରିଥିଲେ ।ଏନେଇ ବିଏମସି ଅତିରିକ୍ତ କମିଶନର ଶ୍ରୀ ସାହୁ ଖାରବେଳ ନଗର ଥାନାରେ ଅଭିଯୋଗ କରିଥିବାବେଳେ ବିଏମସିର କର୍ମଚାରୀମାନେ ଏହି ଆକ୍ରମଣର ପ୍ରତିବାଦରେ ଧାରଣାରେ ବସିଥିଲେ । ପରେ ବିଜେଡିର କର୍ମୀ ଓ କର୍ପୋରେଟରମାନେ ସନ୍ଧ୍ୟାରେ ପହଂଚି ଜନପଥରେ ରାସ୍ତାରୋକ ଆନ୍ଦୋଳନ କରିଥିଲେ । ଅଭିଯୁକ୍ତମାନଙ୍କୁ ଗିରଫ ସହ ସେମାନଙ୍କର ଗଡ଼ଫାଦରଙ୍କୁ ଗିରଫ ନିମନ୍ତେ ଦାବି କରିଥିଲେ ।
ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ହଟାଇବା ପାଇଁ ପୁଲିସ ପ୍ରୟାସ କରିଥିବାବେଳେ ବିଜେଡି କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପୁଲିସ ସେମାନଙ୍କୁ ଧାରଣାସ୍ଥଳରୁ ବଳପୂର୍ବକ ଉଠାଇ ନେବାପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି ।
ଏହି ଘଟଣାରେ ପୁଲିସ ଏପର୍ୟ୍ୟନ୍ତ ୩ଜଣଙ୍କୁ ଗିରଫ କରିଛି । ୨୯ ନମ୍ବର ୱାର୍ଡ କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶୀଷ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିବାବେଳେ ଅଧିକ ସଂଖ୍ୟକ ଗିରଫ ହୋଇପାରେ ବୋଲି ସୂଚନା ଦେଇଛି ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ