୩ ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଯେପରିକି କୃଷି ଋଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା(ପିଏମଇଜିପି), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହଋଣ, ଶିକ୍ଷାଋଣ ଓ ରପ୍ତାନୀ ଋଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟାଙ୍କଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ୍ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କଗୁଡିକୁ ସରକାରୀ ତାଲିକାରୁ କାଢିଦେଇଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଅନେକ ଗରିବ କଲ୍ୟାଣ ଯୋଜନା କାର୍ୟ୍ୟକାରୀ କରୁଛନ୍ତି। ଲୋକମାନଙ୍କୁ ଋଣ ଜରିଆରେ ଆର୍ଥିକ କାର୍ୟ୍ୟକ୍ରମରେ ସାମିଲ କରିବା ସହ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ।

କିନ୍ତୁ ଏହି ସବୁ ଯୋଜନାଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ। ତେଣୁ, ଏହି ସବୁ ବ୍ୟାଙ୍କଗୁଡିକ ବିଭିନ୍ନ ଯୋଜନାରେ ଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ଋଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବ୍ୟାଙ୍କମାନଙ୍କ ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଛନ୍ତି ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ଋଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାଙ୍କମାନଙ୍କ ପ୍ରଦର୍ଶନ ବିଷୟରେ ଅବଗତ କରିଥିଲେ।

ବୈଠକରେ ଆକ୍ସିସ୍ ବ୍ୟାଙ୍କର କାର୍ୟ୍ୟକାରୀ ନିର୍ଦେଶକ ମୁନୀଷ ସାରଦା, ସରକାରୀ ବିଜନେସ କଣ୍ଟ୍ରିହେଡ୍ ଅନୀଲ ଅଗ୍ରୱାଲ୍, ଇଷ୍ଟ ରିଜିଓନାଲ ହେଡ୍ ସୌରଭ ଦତ୍ତା, ଏଚଡିଏଫସି ବ୍ୟାଙ୍କ ପକ୍ଷରୁ କଣ୍ଟ୍ରି ହେଡ୍ ସ୍ମିତା ଭଗତ୍, ବ୍ରାଞ୍ଚ ବ୍ୟାଙ୍କିଙ୍ଗ ହେଡ୍ ଇଷ୍ଟ ସନ୍ଦୀପ କୁମାର, ରିଜିଓନାଲ ହେଡ୍ ଦୀପକ ସିଂହ ଏବଂ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବିଜନେସ ହେଡ୍ ସୁମିତ ମେହେରୋତ୍ରା, ଓଡ଼ିଶା ସିଟି ବିଜିନେସ ହେଡ୍ ବିନୋଦ ଏଲ୍ ଏବଂ ରିଜିଓନାଲ ହେଡ୍ ଅମୀୟ ନାୟକ ପ୍ରମୁଖ ଯୋଗଦେଇଥିଲେ।

  • Related Posts

    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading
    ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

    ଭୁବନେଶ୍ୱର: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଦେବାକୁ ପଡ଼ୁଥିବା ଗ୍ରାଉଣ୍ଡ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ