‘ସଭାପତି ମୋତେ ଡାକିଥିଲେ, ଆଲୋଚନା କଲି

ଭୁବନେଶ୍ଵର: ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବେ କି ନାହିଁ ? ତାଙ୍କ ପ୍ରତି ପାର୍ଟି କଣ ଆଭିମୁଖ୍ୟ ଗ୍ରହଣ କରିବ ? ନା ସେ ଦଳରୁ ଇସ୍ତଫା ଦେବା ପରେ ପୋଲିସ ନିକଟରେ ଆତ୍ମ ସମର୍ପଣ କରିବେ ? ଏମିତି ଅନେକ ପ୍ରଶ୍ନ ଉଙ୍କି ମାରୁଛି। ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର ଶୃଙ୍ଖଳା କମିଟି ଆଗରେ ହାଜର ହୋଇ ନିଜର ପକ୍ଷ ରଖିଥିଲେ।
ପାର୍ଟି କାର୍ୟ୍ୟାଳୟରୁ ବାହାରିବା ପରେ ଜଗନ୍ନାଥ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ମୋତେ ଦଳୀୟ ସଭାପତି ଡାକିଥିଲେ। ମୁଁ ପାର୍ଟି କାର୍ୟ୍ୟାଳୟରେ ପହଞ୍ଚି ସଭାପତିଙ୍କ ସହ ଆଲୋଚନା କଲି। ଦଳୀୟ କାର୍ୟ୍ୟାଳୟରେ ଶୃଙ୍ଖଳାଗତ କମିଟିରେ ହାଜର ହେବା ସମୟରେ ଦଳୀୟ ସଭାପତି ମନମୋହନ ସାମଲଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ। ତେବେ ପରବର୍ତ୍ତୀ ସମୟରେ ଏହି ଘଟଣା କେଉଁ ମୋଡ଼ ନେବ ତାହା ସ୍ପଷ୍ଟ ଜଣା ପଡୁନି। ’ପୂର୍ବରୁ ଜଗନ୍ନାଥ ପ୍ରଧାନ ଏକ୍ସରେ ପୋଷ୍ଟ କରି ଆଇନକୁ ସବୁ ପ୍ରକାରର ସହଯୋଗ କରିବି ବୋଲି କହିଥିଲେ। ସେ ଲେଖିଥିଲେ ରାଜ୍ୟରେ ଦୁଇ ଦିନ ହେବ ବିଏମସି ଘଟଣାରେ ବିରୋଧୀ ଦଳ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି। ମୁଁ ଆଗରୁ କହିଛି, ଏବେ ବି କହୁଛି ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ। ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଆଇନ ଅନୁସାରେ ଯାହା କାର୍ୟ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସଂପୂର୍ଣ୍ଣ ସହଯୋଗ କରିବି।

ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ୟ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରି ସାରିଛି। ଗତକାଲି ସଂଜୀବ ମିଶ୍ର ଓ ସଚିକାନ୍ତ ସ୍ବାଇଁ ନାମରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ପୁଲିସ ସୋମବାର ଦିନ ତିନିଜଣ ଅଭିଯୁକ୍ତ ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଥିଲା। ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବା ବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି। ତେବେ ବିରୋଧୀ ଦଳ ବିଜେଡି ଓ ଓଏଏସ ସଂଘ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କରିଥିଲେ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ