ଦକ୍ଷିଣ ମୋଡ଼ ନେଲା ନନ୍ଦିଘୋଷ ରଥ

ପୁରୀ: ଜନ୍ମବେଦୀରେ ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ଆଉ ଦିନକ ପରେ ବାହୁଡା ଯାତ୍ରା । ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ଆଜି ଦକ୍ଷିଣ ମୋଡ଼ ନେଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ଗତକାଲି ତାଳଧ୍ବଜ ଓ ଦର୍ପଦଳନ ରଥର ଦକ୍ଷିଣ ମୋଡ଼ ହୋଇଥିଲା । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯାଇଛି । ଆଜ୍ଞାମାଳ ବିଜେ ପରେ ରଥର ଦକ୍ଷିଣମୋଡ଼ କରାଯାଇଛି । ଏହାପରେ ନନ୍ଦିଘୋଷ ରଥକୁ ଟାଣି ଟାଣି ନେଇଥିଲେ ସୁରକ୍ଷାକର୍ମୀ । ବୁଧବାର ତିନି ରଥକୁ ନାକଚଣା ଦ୍ୱାର ନିକଟକୁ ଆଣିବା ପାଇଁ ପୂର୍ବରୁ ନୀତି ନିର୍ଘଣ୍ଟ ହୋଇଥିଲା । କିନ୍ତୁ ସନ୍ଧ୍ୟା ହୋଇଯିବାରୁ ଓ ବର୍ଷା ବାଧକ ସାଜିବାରୁ ନନ୍ଦିଘୋଷ ରଥ ଟଣା ହୋଇପାରିନଥିଲା । ରଥ ବିଜେ ପାଇଁ ଶରଧାବାଲିକୁ ପରିଷ୍କାର ପରିଚ୍ଛନ୍ନ କରାଯାଇ ବାଲି ବିଛାଯାଇଥିଲା । କାଲି ପୂର୍ବାହ୍ନରେ ମୁଖ୍ୟ ବିଶ୍ବକର୍ମା, ଭୋଇ ସେବକ, କମାର ସେବକ, ଇଞ୍ଜିନିୟର ଓ ରଥ ଯାଞ୍ଚ କମିଟିଙ୍କ ତତ୍ତ୍ବାବଧାନରେ ରଥର ସ୍ଥିତି ଅନୁଧ୍ୟାନ କରାଯାଇଛି ।
ବର୍ତ୍ତମାନ ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଜନ୍ମବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ତିନି ଠାକୁରଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗୁଛି । ସେପଟେ ବାହୁଡ଼ା ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ଜିଲ୍ଲା ପ୍ରଶାସନ । ଆଗକୁ ବାହୁଡ଼ା ଓ ସୁନାବେଶ ଥିବାରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଶରଧାବାଲିରେ ଘଟିଥିବା ଅଘଟଣ ପରଠାରୁ ଅଧିକ ସଜାଗ ରହିଛି ପ୍ରଶାସନ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ