ଶ୍ରୀଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଗୁଣ୍ଡିଚା ମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଏବଂ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି । ପୋଲିସ ଡ଼ିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ । ଦଳାଚକଟା ଘଟଣା ପରେ ସମସ୍ତ ସ୍ଥିତିକୁ ନେଇ ଆଗୁଆ ସତର୍କ ରହିଛନ୍ତି ପୋଲିସ ଓ ପ୍ରଶାସନ ।

ତେବେ ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନର ସ୍ବତନ୍ତ୍ରତା ରହିଛି। ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାରେ ଯେତିକି ପୁଣ୍ୟ ମିଳିଥାଏ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଗୋଟିଏ ଦିନ ଦର୍ଶନ କଲେ ସେତିକି ପୁଣ୍ୟ ମିଳିଥାଏ। ବିଭିନ୍ନ ଶାସ୍ତ୍ର, ପୁରାଣରେ ବର୍ଣ୍ଣନା ଅନୁଯାୟୀ ନବମୀ ସନ୍ଧ୍ୟା ଦର୍ଶନ ଦିନ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ସ୍ନାନ କରି ଆଡ଼ପ ମଣ୍ଡପରେ ଦର୍ଶନ ସହିତ ବ୍ରାହ୍ମଣ ଭୋଜନ କରିଥିଲେ। ତେବେ ଏହାଦ୍ବାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ସେହି ବିଶ୍ଵାସକୁ ଆଧାର କରି ସମଗ୍ର ଗୁଣ୍ଡିଚାମନ୍ଦିର ଓ ଶରଧାବାଲି ଅଞ୍ଚଳ ଲୋକାରଣ୍ୟ ହୋଇପଡିଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ