ପୁରୀ ହେବ ମହାନଗର ନିଗମ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। ପୁରୀ ପୌରପାଳିକା ବା ପୁରୀ ସହର ହେବ ମହାନଗର ନିଗମ। ବାହୁଡ଼ା ଯାତ୍ରାର ଦିନକ ପୂର୍ବରୁ ଭୁବନେଶ୍ୱରର ଲୋକସେବା ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେ କହିଛନ୍ତି, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡ଼ା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି।

ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ। ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି। ନବଦିନ ବ୍ୟାପ୍ତ ଏହି ପବିତ୍ର ଯାତ୍ରା ସମୟରେ ବଡଦାଣ୍ଡରେ ଚାଲୁଥିବା ସବୁ ଭକ୍ତ ଜଣେ ଜଣେ ଦାସିଆ। ମୁଁ ବି ଏହି ଅସଂଖ୍ୟ ଜଗନ୍ନାଥ ଭକ୍ତଙ୍କ ମଧ୍ୟରୁ ଜଣେ ସାଧାରଣ ଭକ୍ତ।

ରାଜ୍ୟର ମୁଖ୍ୟ ସେବକ ଭାବେ ରାଜ୍ୟବାସୀ ଯେଉଁ ଗୁରୁ ଦାୟିତ୍ଵ ମୋତେ ଅର୍ପଣ କରିଛନ୍ତି, ସେଥି ମଧ୍ୟରୁ, ପୁରୀକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ପୁରୀବାସୀଙ୍କୁ ଗୁଣାତ୍ମକ ମୌଳିକ ସୁବିଧା ପ୍ରଦାନ କରିବା। ମୁଁ ବ୍ୟକ୍ତିଗତ ଭାବେ ପୂର୍ବରୁ ଅନୁଭବ କରିଛି ଯେ କୌଣସି ନା କୌଣସି କାରଣରୁ ବର୍ତ୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ।

ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ଵାୟତ୍ତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡ଼ିବ। ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଞ୍ଚାର ଆବଶ୍ୟକତା ରହିଛି। କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଆମ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ। ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ଗୋଳିବାକୁ ଆମ ସରକାର ବଦ୍ଧପରିକର। ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣା ବେକ୍ଷଣର ଅବଶ୍ୟକତା ରହିଛି। ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏକ ସୁନ୍ଦର, ସବୁଜ, ବିକଶିତ ପୁରୀ ସହର ବିନା ସମୃଦ୍ଧ ଓଡିଶାର ପରିକଳ୍ପନା ଅସମ୍ଭବ। ଆଜିର ଏହି ଘୋଷଣା ସରକାରଙ୍କ ଏହି ଭିଜନର ଏକ ଅଂଶ ବିଶେଷ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ