ବାଣପୁର ସ୍ୱପ୍ନେଶ୍ୱର ମନ୍ଦିର ସଂରକ୍ଷିତ ସ୍ମାରକୀ ଘୋଷଣା କଲା ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍‌ର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗାଁରେ ଥିବା ଷଷ୍ଠ ଶତାବ୍ଦୀର ସ୍ୱପ୍ନେଶ୍ୱର ମହାଦେବ ମନ୍ଦିରକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛି । ଓଡ଼ିଶାର ଐତିହ୍ୟକୁ ଏହି ବିଶେଷ ଅବଦାନ ପାଇଁ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍‌, ପୂର୍ବତନ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷାନ ରେଡ୍ଡୀ ଓ ବରିଷ୍ଠ ରାଜନେତା ସମୀର ମହାନ୍ତିଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ।

ସୂଚନାଯୋଗ୍ୟ, ଶୈଳୋଦ୍ଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ ଶତାବ୍ଦୀ ସମୟରେ ବର୍ତ୍ତମାନର ବାଣପୁର ବ୍ଲକ୍‌ର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମାରେ ସ୍ୱପ୍ନେଶ୍ୱର ମହାଦେବ ପ୍ରତିଷ୍ଠା ହୋଇଥିଲେ । ପୁରାତନ କୀର୍ତ୍ତିରାଜିରେ ଭରପୂର ତଥା ଐତିହ୍ୟ ସମ୍ପନ୍ନ ଏହି ମନ୍ଦିରର ସୁରକ୍ଷା ପାଇଁ ୧୯୭୭-୭୮ ମସିହାରେ ସେତେବେଳର ସଂସ୍କୃତି ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଗେଇ ଆସିବା ସହ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗକୁ ଦାୟିତ୍ୱ ଦେଇଥିଲେ । ପରବର୍ତ୍ତୀ ସମୟରେ ଏହା ଅବହେଳିତ ଅବସ୍ଥାକୁ ଆସିଯାଇଥିଲା । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସିବା ପରେ ଏହାର ଗୁରୁତ୍ୱ ଉପଲବ୍ଧି କରି ଏଏସ୍‌ଆଇକୁ ଏହାର ଦାୟିତ୍ୱ ବହନ କରିବାର ପ୍ରକ୍ରିୟା ଆରମ୍ଭ କରାଇଥିଲେ ।

୨୦୨୪ରେ ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ୟମରେ ଏହି କାର୍ୟ୍ୟ ଆହୁରି ତ୍ୱରାନ୍ୱିତ ହୋଇଥିଲା । ଫଳରେ ଏଏସ୍‌ଆଇ ଏହି ଐତିହ୍ୟସ୍ଥଳୀକୁ ନିକଟରେ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରିଛି । ‘ଓଡ଼ିଆ ଅସ୍ମିତା’ର ପରିଚୟ ସ୍ୱରୂପ ଏହି କୀର୍ତ୍ତିରାଜିର ସୁରକ୍ଷା ଲାଗି ଏଏସ୍‌ଆଇର ଘୋଷଣା ରାଜ୍ୟ ଲାଗି ଖୁସିର ବିଷୟ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ