ପୁରୀରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ନିର୍ମାଣ ନେଇ ବୈଠକ

ଭୁବନେଶ୍ବର : ଶ୍ରୀଜଗନ୍ନାଥ ଧାମର ସମୃଦ୍ଧ ଇତିହାସ ଓ ପରମ୍ପରା ସମ୍ପର୍କରେ ପୁରୀକୁ ଆସୁଥିବା ଭକ୍ତଗଣଙ୍କୁ ଜଣାଇବା, ପୁରୀକୁ ଏକ ଉତ୍ତମ ପର୍ୟ୍ୟଟନସ୍ଥଳୀ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ଏକ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ଏହାକୁ କାର୍ୟ୍ୟକାରୀ କରିବା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଲୋକସେବା ଭବନରେ ଅନୁଷ୍ଠିତ ଶନିବାର ଏକ ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମ୍ପୃକ୍ତ ବିଭାଗୀୟ ସଚିବଙ୍କ ସହିତ ଆଲୋଚନା କରିଛନ୍ତି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଓ ଗବେଷଣା କେନ୍ଦ୍ର ଗୋଟିଏ ପରିସରରେ ନିର୍ମିତ ହେବାକୁ ଥିବାବେଳେ ଏଥିପାଇଁ ସ୍ଥାନ ନିରୂପଣ ଓ ଆନୁଷଙ୍ଗିକ ପ୍ରସ୍ତୁତି ନିମନ୍ତେ ଏକ କମିଟି ଗଠନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଏହି ବ୍ୟବସ୍ଥା କରାଯିବା ଆମ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଏବଂ ଏକ ସୁଯୋଗ ପ୍ରଦାନ କରିଛି। ଏହାର ନିର୍ମାଣ କିପରି ଗୁଣାତ୍ମକ ଓ ଆକର୍ଷଣୀୟ ହେବ, ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଛନ୍ତି। ବୈଠକରେ ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ।
ଖୁବଶୀଘ୍ର ପରବର୍ତ୍ତୀ ବୈଠକ ଡକାଯାଇ ଆଲୋଚନା ପୂର୍ବକ କାର୍ୟ୍ୟପନ୍ଥା ନିର୍ଦ୍ଧାରଣ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ପୁରୀ ଜିଲାପାଳ ଏବଂ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କ ସମେତ ସମ୍ପୃକ୍ତ ସମସ୍ତଙ୍କ ସହଯୋଗରେ ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେବା ନେଇ ବୈଠକରେ ଆଲୋଚନା କରାଯାଇଥିଲା।

  • Related Posts

    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ