ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ: ରତ୍ନଭଣ୍ଡାର ଖୋଲାଯିବାକୁ ପ୍ରାୟ ୧ ବର୍ଷ ପୂରିବାକୁ ଯାଉଥିବାବେଳେ, ଏହାର କିଛି ପୂର୍ବରୁ ଆସିଛି ଏକ ଭଲ ଖବର। ସୁରୁଖୁରୁରେ ସରିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ସୋମବାର ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।
ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମନ୍ଦର ମୁଖ୍ୟ ପ୍ରଶାସକ କହିଛନ୍ତି, ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ୨୦୨୪ ଜୁଲାଇ ୧୪ରେ ରତ୍ନଭଣ୍ଡାର ଖୋଲାଯାଇଥିଲା, ଏହା ପରେ ରତ୍ନଭଣ୍ଡାରେ ଥିବା ଅଳଙ୍କାର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ ଅସ୍ଥାୟୀ ଭଣ୍ଡାର ଘରକୁ ସ୍ଥାନାନ୍ତର କରାଯିବା ପରେ ୨୦୨୪ ଡିସେମ୍ବର ୧୭ ମରାମତି କାମ ଆରମ୍ଭ ହୋଇଥିଲା। ଶେଷରେ ପ୍ରାୟ ୬ ମାସ ପରେ ସୋମବାର ମରାମତି କାମ ସରିଛି।

ମୁଖ୍ୟ ପ୍ରଶାସକ ଆହୁରି କହିଛନ୍ତି, ପ୍ରାୟ ୩୩୩ ଘଣ୍ଟା କାମ ହୋଇଛି। ଭିତରେ ୯ଟି ବକ୍ସ ବିମ୍ ଓ ବାହାରେ ୬ଟି ବକ୍ସ ବିମ୍ ଲାଗିଛି। ୫୨୦ଟି ପଥର ବଦଳାଯାଇଛି। ଭିତର କବାଟ ମରାମତି ହୋଇଛି। ବାହାର ଗେଟକୁ ଷ୍ଟେନଲେସ୍ ଷ୍ଟିଲ୍ କରାଯାଇଛି। ଗେଟ୍‌ ସିଲ୍‌ କରାଯାଇ ୬ ଚାବି ପକାଯାଇଛି। ଭିତରେ ଯେଉଁ ଗେଟ୍‌ ଅଛି ତାହା ଠିକ୍ ଅଛି।

ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଶେଷ ପରେ ଏଏସଆଇ ଶ୍ରୀମନ୍ଦିର ପ୍ରଶାସନକୁ ଚାବି ହସ୍ତାନ୍ତର କରିଛି। ଚାବି ଗୁଡ଼ିକ ଭଣ୍ଡାର ମେକାପ, ଗଜପତିଙ୍କ ପ୍ରତିନିଧି, ଭଣ୍ଡାର ମେକାପଙ୍କ ପାଖରେ ରଖାଯାଇଛି। ପ୍ରାୟ ଦୁଇ ଶହ କିମ୍ବା ତିନି ଶହ ବର୍ଷ ପାଇଁ ରତ୍ନଭଣ୍ଡାର ମରାମତି କାର୍ୟ୍ୟ କରାଯାଇଛି। ରତ୍ନଭଣ୍ଡାରର ଅଳଙ୍କାର ଗୁଡ଼ିକ ମୂଳ ଭଣ୍ଡାରକୁ ଆଣିବା ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ତଥା ଗଣତି ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ