ପରିବର୍ତ୍ତିତ ହେଲା ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପରୀକ୍ଷା ପରିଚାଳନା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି । ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ । ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ । ପରବର୍ତ୍ତୀ ଶ୍ରେଣୀକୁ ଯିବା ପୂର୍ବରୁ ଛାତ୍ରଟିଏ ଯେପରି ତାହାର ମୌଳିକ ଶିକ୍ଷାସ୍ତର ହାସିଲ୍ କରିପାରିବ ସେ ନେଇ ପ୍ରୟାସ କରାଯାଇଛି ।

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀଙ୍କୁ ଏବେ ବାର୍ଷିକ ପରୀକ୍ଷା ଦେବାକୁ ପଡ଼ିବ । ଯଦି କୌଣସି ପିଲା ଏହି ପରୀକ୍ଷାରେ ବିଫଳ ହୁଏ, ତେବେ ଫଳାଫଳ ଘୋଷଣାର ଦୁଇ ମାସ ମଧ୍ୟରେ ପୁନଃପରୀକ୍ଷା ପାଇଁ ସୁଯୋଗ ପ୍ରଦାନ କରାଯିବ । ପୁନଃପରୀକ୍ଷା ପରେ ମଧ୍ୟ ଆବଶ୍ୟକୀୟ ପଦୋନ୍ନତି ମାନଦଣ୍ଡ ପୂରଣ କରିବାରେ ବିଫଳ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ସମାନ ଶ୍ରେଣୀରେ ରଖାଯାଇପାରିବ । ସଂଶୋଧନ ମାଧ୍ୟମରେ ସ୍ପଷ୍ଟ କରାଯାଇଛି ଯେ ପ୍ରାଥମିକ ଶିକ୍ଷା ସମାପ୍ତ ନହେବା ପର୍ୟ୍ୟନ୍ତ କୌଣସି ପିଲାଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯିବ ନାହିଁ ।

ଏହି ସଂଶୋଧନ ଶିଶୁଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ, ୨୦୦୯ ର ଧାରା ୩୮ ସହିତ ସମନ୍ୱିତ । ଏହା ଓଡ଼ିଶା ଗେଜେଟରେ ପ୍ରକାଶିତ ହେବା ପରେ କାର୍ୟ୍ୟକାରୀ ହେବ । ଏହି ପରିବର୍ତ୍ତନ ଶିକ୍ଷାଗତ ମାନ ବୃଦ୍ଧି କରିବା ସହ କୌଣସି ଶିଶୁ ଯେପରି ଶିକ୍ଷା ଅଧିକାରରୁ ବଞ୍ଚିତ ନହେବ ସେ ନେଇ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିବ ।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ