ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି । ରଥଯାତ୍ରା ପ୍ରସଙ୍ଗରେ ରାହୁଲ ଗାନ୍ଧୀ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ଅବାନ୍ତର ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ । ରଥ ସବୁ ବର୍ଷ ୨ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚେ । ଚଳିତ ବର୍ଷ ବଳଭଦ୍ରଙ୍କ ରଥ ମୋଡ଼ ନେବାରୁ ନନ୍ଦିଘୋଷ ଗଡିବାରେ ବିଳମ୍ବ ହେଲା । ତେଣୁ ବାସ୍ତବତା ଠାରୁ ଦୂରେଇ ଯାଇ ଏଭଳି ମନଗଢ଼ା କାହାଣୀ କହି ବିରୋଧୀ ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଓଡ଼ିଶା ଗସ୍ତରେ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ରାହୁଲ ଗାନ୍ଧୀ । ରଥଯାତ୍ରାରେ ରଥ ଟଣା ବିଳମ୍ବ ନେଇ ମଧ୍ୟ ସେ ସରକାରଙ୍କୁ ଆକ୍ଷେପ କରିଛନ୍ତି । ରାହୁଲ କହିଛନ୍ତି, ଜଗନ୍ନାଥଙ୍କ ରଥଯାତ୍ରା ସମୟରେ ଏକ ଡ୍ରାମା ହେଲା । ଶିଳ୍ପପତିଙ୍କ ପରିବାର ପାଇଁ ରଥକୁ ଅଟକାଇ ଦିଆଗଲା । ଏଥିରୁ ସ୍ପଷ୍ଟ ଓଡ଼ିଶା ସରକାର ଲୋକଙ୍କର ନୁହଁ, ଆରବପତିଙ୍କର ବୋଲି ରାହୁଲ କହିଛନ୍ତି ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ