ବାଘ ଛାଲ ଧରି ବିକ୍ରି ପାଇଁ ନେଲା ବେଳେ ଧରିଲା ବନ ବିଭାଗ

କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଖବର। ବନ ବିଭାଗ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଛି।
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍‌ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା। ଚଢ଼ଉ ସମ୍ପର୍କରେ ଜାଣିପାରି ୩ ଜଣ ତସ୍କର ଚମ୍ପଟ ମାରିଥିବା ବେଳେ ଜଣକୁ ମାଡ଼ି ବସିଥିଲା ବନ ବିଭାଗ। ବନ ବିଭାଗ ତା’ ପାଖରେ ଗୋଟିଏ କଲରାପତରିଆ ବାଘ ଛାଲ ଜବତ କରିଛି। ଫେରାର ଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ବନ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ କରୁଛି।
ଜବତ ହୋଇଥିବା କଲରାପତରିଆ ବାଘକୁ କେଉଁଠି ଶିକାର କରାଯାଇଥିଲା? ଶିକାର କରିଥିବା ବ୍ୟକ୍ତି କିଏ? ବିକ୍ରି କରୁଥିବା ବ୍ୟକ୍ତି ଶିକାର କରିଛି କି ନାହିଁ? ଏହି ରାକେଟରେ ଆଉ କେଉଁମାନେ ସମ୍ପୃକ୍ତ ରହିଛନ୍ତି? ଏମିତି ବିଭିନ୍ନ ଦିଗରୁ ବନ ବିଭାଗ ତଦନ୍ତ କରୁଛି। ସେପଟେ ସୁରକ୍ଷା ଦୃଷ୍ଟିରୁ ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାଁ ପ୍ରକାଶ କରୁନାହିଁ ବନ ବିଭାଗ। ଶିକାରୀ ବା ତସ୍କରଙ୍କୁ ଧରିବା ପାଇଁ ଆଗକୁ ନିୟମିତ ଭାବେ ଏମିତି ଅପରେଶନ ହେବ ବୋଲି ବନ ବିଭାଗ କହିଛି।

Related Posts

ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

Continue reading
ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ