ଆଜିଠୁ ପ୍ରବଳ ଛେଚିବ

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଥିବା ଟ୍ରଫ୍ ଲାଇନ୍‌ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି । ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ, ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପରିସର ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉପରେ ରହିଛି । ଯାହା ପ୍ରଭାବରେ ଓଡ଼ିଶାରେ ଆଜିଠାରୁ ବର୍ଷା ବଢ଼ିବ । କିଛି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।ଆଜିଠାରୁ ବର୍ଷା ବଢିବ । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଦେବଗଡ଼, ବରଗଡ଼, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ ।୧୪ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।୧୫ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।୧୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Garvita Odia

    Related Posts

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି…

    ଟ୍ବିନ୍ ସିଟିରେ ପିକେଟିଂ

    ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା