ଭୟଙ୍କର ଦୁର୍ଘଟଣା: 2 ମୃତ

ଆସ୍କା : ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଚିରିକିପଡ଼ା ଶାସନ ବାଲୁଙ୍କେଶ୍ୱର ଛକ ନିକଟରେ ଭୟଙ୍କର ଦୁର୍ଘଟଣା । ଛକ ନିକଟରେ ଥିବା ସିଂହାସନି ମନ୍ଦିର ତୋରଣକୁ ଧକ୍କା ଦେଲା ଏକ ବାଇକ୍‌ । ଯାହାଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ପଙ୍କଳବଡି ମଙ୍ଗଳପୁର ଗାଁର ସଂପର୍କୀୟ ଭାଇ ଦୀପକ ନାୟକ ଓ ଆରତ ନାୟକ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଗତରାତିରେ ଉଭୟ ଚିରିକିପଡ଼ା ଶାସନ ଗାଁରୁ ଫେରୁଥିଲେ । ଏହି ସମୟରେ ସିଂହାସନି ମନ୍ଦିର ତୋରଣକୁ ଧକ୍କା ଦେଇଥିଲେ । ଯାହାଫଳରେ ବାଇକ୍‌ରେ ଥିବା ଦୁଇ ଭାଇ ରାସ୍ତାକଡ଼କୁ ଛିଟ୍‌କି ପଡିଥିଲେ । ଯାହାକୁ ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲସରା ପୋଲିସକୁ ଖବର ଦେଇଥିଲେ । ପୋଲସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ବାକି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣାର ପ୍ରକୃତ କାରଣ ଖୋଜୁଛି ପୋଲିସ ।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧