୧୯ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ