ପୋଲିସର ଆକ୍ରମଣକୁ ବିରୋଧୀ ଦଳ ନେତାଙ୍କ ନିନ୍ଦା

ଭୁବନେଶ୍ୱର : ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିସିଙ୍କ ଆତ୍ମଦାହ ଘଟଣାରେ ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟର ପିଏମଜି ଠାରେ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୋଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ଭାଷାରେ ନିନ୍ଦା କରିଛନ୍ତି ।

ଶାନ୍ତିପୂର୍ଣ୍ଣ ଆନ୍ଦୋଳନକାରୀଙ୍କ ଉପରେ ପୋଲିସର ଏଭଳି ଅତ୍ୟାଚାରକୁ ନବୀନ ପଟ୍ଟନାୟକ ବର୍ବୋରୋଚିତ ବୋଲି ବର୍ଣ୍ଣନା କରିଛନ୍ତି । ଏହି ଘଟଣାରେ ବହୁ ବିଜେଡି କର୍ମୀ ଓ ସାଧାରଣ ଲୋକ ପୋଲିସ ଆକ୍ରମଣରେ ଆହତ ହେବା ଖବରରେ ନବୀନ ଉଦବେଗ ପ୍ରକାଶ କରିଛନ୍ତି ।

ପୋଲିସ ଆକ୍ରମଣରେ ଆହତ ସାଂସଦ ସୁଲତା ଦେଓ, ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ସହ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ଆଶୁ ଆରୋଗ୍ୟ କାମନା କରିଥିଲେ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ