୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

ବାଲେଶ୍ୱର: ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଛନ୍ତି । ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ଦାବିରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ଏହାରି ଭିତରେ ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଏଥିରେ ବାମପନ୍ଥୀଙ୍କ ସମେତ ୮ଦଳ ସାମିଲ ହୋଇଛନ୍ତି ।

ବିରୋଧୀ ଦଳଗୁଡ଼ିକ ଗୁରୁବାର ଯାନବାହନ ଚଳାଚଳ, ଦୋକାନବଜାର, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି । ତେବେ ବନ୍ଦ ପାଳନ ସମୟରେ କେତେକ ସ୍ଥାନରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ । ଏହାକୁ ନେଇ ପୋଲିସ ସଜାଗ ହୋଇଛି । ବିଶେଷକରି ଭୁବନେଶ୍ୱର, କଟକ ଟୁଇନ୍‌ ସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ତଦନୁଯାୟୀ ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ଏଆଇ କ୍ୟାମେରା ଓ ଡ୍ରୋନ୍‌ ନଜର ରଖିବ । ଆଇନ ଭାଙ୍ଗିଲେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଚେତାବନୀ ଦେଇଛନ୍ତି । ଲୋକସେବା ଭବନ, ବିଧାନସଭା, ରାଜୀବ ଭବନ କଡ଼ା ସୁରକ୍ଷା ବଳୟରେ ରହିଥିବାବେଳେ ଛକ, ବଜାର, ସରକାରୀ କାର୍ୟ୍ୟାଳୟରେ ସଶସ୍ତ୍ର ପୋଲିସ ମୁତୟନ ରହିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ