ଟ୍ବିନ୍ ସିଟିରେ ପିକେଟିଂ

ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ସରକାରଙ୍କ ନିକଟରେ ଦାବି କରି ରାଜଧାନୀ ଭୁବନେଶ୍ବରର ପ୍ରମୁଖ ଛକରେ କଂଗ୍ରେସ ପକ୍ଷରୁ ଜୋରଦାର ପିକେଟିଂ କରାଯାଇଛି । ଫଳରେ ରାସ୍ତାରେ ଗାଡ଼ି ଅଟକି ରହିଛି । ପୁଲିସ ପକ୍ଷରୁ ପିକେଟିଂ ସ୍ଥଳରେ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ।
କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ଓଡ଼ିଶା ବନ୍ଦ ପାଳନ କରାଯାଉଛି । କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳର କର୍ମୀମାନେ ଲୋକଙ୍କୁ ନେହୁରା ହୋଇ ଗାଡ଼ି ମଟର ଅଟକାଉଥିବା ଦେଖିବାକୁ ମିଳୁଛି । ଛକମାନଙ୍କରେ ଗାଡ଼ି ଅଟକାଯାଉଥିବାରୁ ବାହାରୁ ଆସୁଥିବା ଲୋକେ ନାହିଁନଥିବା ହଇରାଣ ହେଉଛନ୍ତି । ଖାଲି ଏତିକି ନୁହେଁ ଦୂରରୁ ଆସୁଥିବା ଯାତ୍ରୀଙ୍କୁ ବସରୁ ଓହ୍ଲାଇଦେବା ସହ ସେମାନଙ୍କୁ କିଛି ଆନ୍ଦେଳନକାରୀ ଗାଳିଗୁଲଜ କରୁଥିବା ଅଭିଯୋଗ ହୋଇଛି । ଏସବୁ ଘଟଣାକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ