ସୁଶାସନ ପ୍ରତ୍ୟେକ ଲୋକର ଅଧିକାର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଲୋକସେବା ଭବନରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସୁଶାସନ ଅଭ୍ୟାସ ସମ୍ପର୍କୀତ ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମ୍ମିଳନୀରେ ଓଡ଼ିଶା ମଡେଲ ରଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଲେ, ବିପର୍ୟ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡ଼ିଶା ଏବେ ପ୍ରଗତିଶୀଳ ହୋଇଛି । ସୁଶାସନ ପ୍ରତ୍ୟେକ ଲୋକର ଅଧିକାର । ଆଉ ତାହା ଅଧିକାରୀଙ୍କ କର୍ତ୍ତବ୍ୟ । ଓଡ଼ିଶା ଶାସନ ଏବେ ପେପରଲେସ୍ ହୋଇଛି । ଆଗକୁ ଲୋକଙ୍କୁ ସୁଶାସନ ଯୋଗାଇ ଦେବାକୁ ଇଓ ଟେକ୍ନୋଲୋଜିର ମଧ୍ୟ ବ୍ୟବହାର କରାଯିବ ।

ବିଧାନସଭରେ ଚଳିତ ବଜେଟ୍ ମଧ୍ୟ ପେପରଲେସ୍ ହୋଇଥିଲା । ସରକାରୀ କାମ ତ୍ୱରାନ୍ୱିତ ପାଇଁ ଡିଜିଟାଲ୍ ପ୍ଲଟଫର୍ମ ଓଶ୍ୱାସରେ କାମ ହେଉଛି । ସାଧାରଣ ଲୋକଙ୍କୁ ବିଭିନ୍ନ ପ୍ରକାର ମୌଳିକ ସେବା ଅନଲାଇନରେ ଯୋଗାଇ ଦିଆଯାଉଛି । ଅଟୋମେଟିକ ଲୋକଙ୍କ ଅଭିଯୋଗ ଶୁଣାଣି ଏବଂ ସମାଧାନ କରାଯାଇଛି । ଆମ ସରକାରରେ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କୁ ଆମେ କର୍ମଯୋଗୀ ବୋଲି ଅବସ୍ଥାପିତ କରିଛୁ । ବ୍ୟୁରୋକ୍ରେସୀ ଦାୟିତ୍ୱବାନ ଅଛି । ନାଗରିକ କେନ୍ଦ୍ରିକ ଭାବେ ଆମ ସରକାର କାମ କରୁଛି । ଓଡ଼ିଶାରେ ଏଭଳି ଏକ କର୍ମଶାଳା ଆୟୋଜନ ସୁଯୋଗ ଦେଇଥିବାରୁ କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

  • Related Posts

    ୪ ତାରିଖ ଯାଏ ଝଡ଼ବର୍ଷା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…

    Continue reading
    ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମ ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

    ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ନୂତନ ‘କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗ୍ ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ’ (ସିଟି ଏବଂ ଏଆଇ) ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତୃତୀୟରୁ ଅଷ୍ଟମ ଶ୍ରେଣୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ