ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ : ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରିବା ପାଇଁ ପ୍ରାର୍ଥନା କରି ଗୁରୁବାର ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ମାନବାଧିକାର କର୍ମୀ ତଥା ଆଇନଜୀବୀ ଶିବଶଙ୍କର ମହାନ୍ତି ଏହି ମାମଲା ଦାଏର କରିବା ସହ ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ କରାଯାଉ ବୋଲି ନିବେଦନ କରିଛନ୍ତି । ଆବେଦନକାରୀ ତାଙ୍କ ପିଟିସନ୍‌ରେ ଦର୍ଶାଇଛନ୍ତି ଯେ, ସୌମ୍ୟାଶ୍ରୀ ବିଶି ଏଫ୍‌ଏମ୍‌ କଲେଜର ଅଧ୍ୟାପକ ତଥା ବିଭାଗୀୟ ମୁଖ୍ୟଙ୍କ ଦ୍ୱାରା ନିର୍ୟାତନାର ଶିକାର ହୋଇଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ସେ ବିଭିନ୍ନ ଫୋରମ୍‌ରେ ଅଭିଯୋଗ କରିଥିଲେ । କିନ୍ତୁ ସବୁଠୁ ନିରାଶ ହେବାପରେ ଆତ୍ମାହୁତି ଭଳି ଚରମ ପଦକ୍ଷେପ ନେଇଥିଲେ । ଏହାକୁ ନେଇ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏହା ଅତିସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ଉପଯୁକ୍ତ ତଦନ୍ତ ହେବାର ଆବଶ୍ୟକତା ରହିଛି ବୋଲି ଆବେଦନକାରୀ ପିଟିସନ୍‌ରେ ଯୁକ୍ତି ଦର୍ଶାଇଛନ୍ତି ।

ଏଭଳି ଅଘଟଣର ଯେପରି ପୁନରାବୃତ୍ତି ନଘଟେ ସେଥିପାଇଁ ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହାର ତଦନ୍ତର ଆବଶ୍ୟକତା ରହିଛି । ଅଦାଲତ କିଛି ନିରପେକ୍ଷ ଅଧିକାରୀଙ୍କୁ ନେଇ ଏସ୍‌ଆଇଟି ଗଠନ ଓ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତଦନ୍ତ ଶେଷ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପିଟିସନ୍‌ରେ ପ୍ରାର୍ଥନା କରାଯାଇଛି । ଛାତ୍ରୀଙ୍କୁ କିଭଳି ନିର୍ୟାତନା ଦିଆଯାଇଛି, ଏଥିରେ କଲେଜ ପ୍ରଶାସନର ଭୂମିକା, ୟୁଜିସି ଗାଇଡ୍‌ଲାଇନ୍‌ ଅନୁସାରେ ପଦକ୍ଷେପ ଗ୍ରହଣ କରାଯାଇଥିଲା କି ନା, ଛାତ୍ରୀଙ୍କୁ ଆତ୍ମହୁତି ପାଇଁ ପ୍ରରୋଚିତ କରାଯିବା ଆଦି ବିଭିନ୍ନ ଦିଗକୁ ନେଇ ତଦନ୍ତ ଲାଗି ଅଦାଲତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ନିବେଦନ କରିଛନ୍ତି ।

କେବଳ ସେତିକି ନୁହେଁ, ମାମଲାର କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ ଆରମ୍ଭ ହୋଇଥିବାରୁ ଏହାର ସ୍ଥିତି ସମ୍ପର୍କରେ ପୁଲିସ ଡିଜି ରିପୋର୍ଟ ଦାଖଲ କରିବାର ଆବଶ୍ୟକତା ଥିବା ଆବେଦନକାରୀ ଦର୍ଶାଇଛନ୍ତି । ସେହିପରି ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରାଯାଇଥିଲା । ଏହି ଟିମ୍‌ର ତଦନ୍ତ ରେକର୍ଡ ଦାଖଲ କରାଯିବା ନେଇ ମଧ୍ୟ ଆବେଦନକାରୀ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

  • Garvita Odia

    Related Posts

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ…

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ…

    Leave a Reply

    Your email address will not be published. Required fields are marked *

    You Missed

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌