ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ କିଣିବା ପାଇଁ ‘ଓଡ଼ିଶା ମଣ୍ତପ’ରେ ଲୋକଙ୍କର ଭିଡ଼ ଜମୁଛି।ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଆରମ୍ଭ ହୋଇଛି। ସୋମବାର ଦିନ ସଂସଦୀୟ କମିଟିର (ବାଣିଜ୍ୟ) ପ୍ରତିନିଧିମାନେ ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କରିଥିଲେ। ଓଡ଼ିଶାର କାରୁକାର୍ଯ୍ୟ, କଳା କାରିଗରିକୁ ଦେଖି ସେମାନେ ପ୍ରଶଂସା କରିଥିଲେ। ‘ଓଡ଼ିଶା ମଣ୍ଡପ’ରେ ଏଥର ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫ଟି ଷ୍ଟଲ ସ୍ଥାନ ପାଇଛି। ତା’ଭିତରେ ମିଶନ ଶକ୍ତି ବିଭାଗ ପକ୍ଷରୁ ୫ଟି ଷ୍ଟଲ ରହିଛି। ଏଥିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର (ଏସଏଚଜି) ସଦସ୍ୟାମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ଆକର୍ଷଣ ସାଜିଛି। ଯାଜପୁର ଜିଲ୍ଲାର ଜୟ ମା’ ମଙ୍ଗଳା ଏସଏଚଜି, କେନ୍ଦ୍ରାପଡ଼ା ଜିଲ୍ଲାର ସତ୍ୟସାଇ ଉତ୍ପାଦକ ଗୋଷ୍ଠୀ, ବାଲେଶ୍ୱରର ମା’ ସୁଭଦ୍ରା ଏସଏଚଜି, କନ୍ଧମାଳର ଶ୍ରୀୟା ଏସଏଚଜି ଏବଂ ଖୋର୍ଦ୍ଧାର ରାଧାରାଣୀ ଏସଏଚଜି ପକ୍ଷରୁ ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ଓଡ଼ିଶା ମଣ୍ଡପରେ ପ୍ରଦର୍ଶନ ଓ ବିକ୍ରି କରାଯାଉଛି। ‘‘ପ୍ରଥମ ଥର ପାଇଁ ଆମେ ଦିଲ୍ଲୀରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାକୁ ଆସିଛୁ। ଆମ ଷ୍ଟଲରେ ଜଉ କଣ୍ଢେଇ ଓ ଲାଖ ଚୁଡ଼ି ଭଲ ବିକ୍ରି ହେଉଛି। ଲୋକମାନେ ଆସି ଏହାକୁ ଆଗ୍ରହର ସହିତ କିଣିବା ସହ ଏସବୁ କେମିତି ତିଆରି ହେଉଛି ତାହା ପଚାରି ବୁଝୁଛନ୍ତି’’, କହିଛନ୍ତି ଏସଏଚଜି ସଦସ୍ୟା ଫୁଲମଣି ସୋରେନ୍।‘‘ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ନେଇ ଆମେ ଦିଲ୍ଲୀ ଆସିଛୁ। ମାଣ୍ଡିଆ ଛତୁଆ, କୁରୁମା, ବିସ୍କୁଟ ଆଦି କିଣିବାକୁ ଲୋକେ ପସନ୍ଦ କରୁଛନ୍ତି। ଆମେ ଭଲ ଦି’ ପଇସା ବ୍ୟବସାୟ ମଧ୍ୟ କରିପାରୁଛୁ,’’ କହିଛନ୍ତି ଏସଏଚଜି ସଦସ୍ୟା ପୂର୍ଣ୍ଣିମା ବେହେରା।‘ଓଡ଼ିଶା ମଣ୍ଡପ’ରେ ଥିବା ମିଶନ ଶକ୍ତି ଷ୍ଟଲରେ କନ୍ଧମାଳ ହଳଦୀ ସହିତ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ନୁଡୁଲ୍ସ, ମିକ୍ସଚର, କୁରୁମା, ନିମିକି, ସେଉ ଏବଂ ଲଡୁ ଆଦି ରହିଛି। ସେହିପରି ଟସରରୁ ତିଆରି ଆକର୍ଷଣୀୟ ଶାଢ଼ି ଓ ଆଧୁନିକ ପୋଷାକ, ଜଉ କଣ୍ଢେଇ ଓ ଲାଖ ଚୁଡ଼ି, କାଇଁଚ ଓ ସବାଇ ଘାସରୁ ପ୍ରସ୍ତୁତ ଘର ସାଜସଜ୍ଜା ଜିନିଷ ଏବଂ ବିଭିନ୍ନ ମସଲା ଆଦି ଦର୍ଶକଙ୍କୁ ଆକୃଷ୍ଟ କରୁଛି। ମିଶନ ଶକ୍ତି ବିଭାଗ ପକ୍ଷରୁ ଖୋଲାଯାଇଥିବା ୫ଟି ଷ୍ଟଲରେ ୧୦ରୁ ଅଧିକ ଏସଏଚଜି ମହିଳା ଅଂଶଗ୍ରହଣ କରିଛନ୍ତି। ଦିଲ୍ଲୀ ବଜାରରେ ସେମାନଙ୍କ ହାତ ତିଆରି ସାମଗ୍ରୀ ବିକ୍ରି ଓ ପ୍ରଦର୍ଶନ କରିବାର ସୁଯୋଗ ପାଇଥିବାରୁ ସେମାନେ ଏଥିପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।ବାଣିଜ୍ୟ ମେଳା ବୁଲି ଆସୁଥିବା ଲୋକମାନେ ଓଡ଼ିଶା ମଣ୍ଡପରେ ମିଶନ ଶକ୍ତି ଷ୍ଟଲରୁ ମା’ମାନଙ୍କ ହାତ ତିଆରି ଜିନିଷ କିଣିବାକୁ ଆଗ୍ରହ ଦେଖାଉଛନ୍ତି। ରାଜ୍ୟ ସରକାରଙ୍କ ଏଭଳି ଏକ ଅନନ୍ୟ ପଦକ୍ଷେପକୁ ସେମାନେ ପ୍ରସଂଶା କରୁଛନ୍ତି।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ