ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଜୁଲାଇ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଜି ଅପରାହ୍ନରେ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ ଏହି ସୂଚନା ଦିଆଯାଇଛି। ଏହା ସହିତ ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ରାଜ୍ୟର ପାଣିପାଗ କେମିତି ରହିବ ସେ ନେଇ ମଧ୍ୟ ଆକଳନ କରିଛି।

ଆସନ୍ତାକାଲି (ଜୁଲାଇ ୧୯) ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ଗଜପତି ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ