ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ‘ଶ୍ରୀଜଗନ୍ନାଥଙ୍କ ନବକଳେବର’

ଭୁବନେଶ୍ବର: ଓଡ଼ିଆ ଫିଲ୍ମ ଇତିହାସରେ ପ୍ରଥମ । ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ଓଡିଆ ଫିଲ୍ମ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ପ୍ରସ୍ତୁତ ଫିଲ୍ମ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ରାଷ୍ଟ୍ରପତି ପ୍ରଦର୍ଶିତ ହୋଇଛି । ପୂରା ଟିମ୍‌ ସହ ଫିଲ୍ମ ଦେଖି ଭାବବିହ୍ବଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ଚଳଚ୍ଚିତ୍ରର ସ୍ବତନ୍ତ୍ର ସୋ’ ଶୁକ୍ରବାର ଦିନ ରାଷ୍ଟ୍ରପତି ଭବନର କଲଚରାଲ୍‌ ସେଣ୍ଟରରେ ଆୟୋଜନ କରାଯାଇଥିଲା । ଯେଉଁଥିରେ ଫିଲ୍ମ ସହ ଜଡିତ ପୂରା ଟିମ୍‌କୁ ରାଷ୍ଟ୍ରପତି ଭବନ ପକ୍ଷରୁ ନିମନ୍ତ୍ରଣ କରାଯାଇଥିଲା । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ପୂରା ଟିମ୍‌ ଫିଲ୍ମଟିକୁ ଦେଖିଥିଲେ ।ସ୍ୱୟଂ ବଡ଼ଠାକୁରଙ୍କ ଏହି ଫିଲ୍ମ ଦେଖି ସମସ୍ତେ ବହୁତ ଭାବ ବିହ୍ଵଳ ହୋଇଥିଲେ ରାଷ୍ଟ୍ରପତି । ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ପ୍ରଚାର ଓ ପ୍ରସାର କରୁଥିବାରୁ ଫିଲ୍ମର ଟିମକୁ ଅନେକ ପ୍ରଶଂସା କରିଥିଲେ । ଏହି ଅବସରରେ ନବକଳେବର ଟିମ୍ ଗଣମାଧ୍ୟମକୁ କହିଛନ୍ତି, ‘ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆମ ଟିମର ଅକ୍ଳାନ୍ତ ପରିଶ୍ରମ ପାଇଁ ଆଜି ଆମେ ଦର୍ଶକଙ୍କ ଏହି ଭଲପାଇବା ପାଇଥିଲୁ । ଆମ ଓଡିଆ ଝିଅ ତଥା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ତାଙ୍କ କାର୍ୟ୍ୟାଳୟର ଏହି ଫିଲ୍ମ ପ୍ରତି ଭଲପାଇବା ଆମର ମନୋବଳକୁ ଆହୁରି ବଢାଇଛି ।’ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କ ସହ ଚଳଚ୍ଚିତ୍ରର ଉପଦେଷ୍ଠା ବିଭୁପ୍ରସାଦ ମହାପାତ୍ର, ମେଜର ଜେନେରାଲ ଭୁଦେବ ପରିଡା, ରାଷ୍ଟ୍ରପତିଙ୍କ ଭିଏସଏମ୍ ସାମରିକ ସଚିବ ବିଜୟ ନାୟକ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ଓ ଅତିରିକ୍ତ ପ୍ରେସ୍ ସଚିବ ଜ୍ଞାନ ରଞ୍ଜନ ନନ୍ଦ, ରାଷ୍ଟ୍ରପତିଙ୍କ ସଚିବ ଦୀପ୍ତି ଉମାଶଙ୍କର, ପ୍ରେସ୍ ସଚିବ ଅଜୟ କୁମାର ସିଂହ, ସ୍ୱତନ୍ତ୍ର ଦାୟିତ୍ୱରେ ଥିବା ଅଧିକାରୀ ସୁନୀଲ କୁମାର ତ୍ରିବେଦୀ, କ୍ୟାପ୍ଟେନ୍ ରଭନୀତ ସିଂହ ରନ୍ଧାୱା ନିୟନ୍ତ୍ରକ, କର୍ଣ୍ଣେଲ (ଡକ୍ଟର) କିରଣ କୁମାର କମ୍ପେଲା, ଦେବଶ୍ବେତା ବଣିକ (ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ), ଡକ୍ଟର ସୁନିଶ ଏସ. (ଆଇଫ୍ଏ) । ଓଡ଼ିଶାର ସାଂସଦ ମୁନା ଖାଁଙ୍କ ସହ ଫିଲ୍ମର ପ୍ରଯୋଜିକା ତଥା ନିର୍ଦ୍ଦେଶିକା ବିନି ସାମଲ, ପ୍ରଯୋଜକ ଦିଲ୍ଲୀପ ଜେନା, କାର୍ୟ୍ୟକାରୀ ପ୍ରଯୋଜକ ପ୍ରଣୟ ଜେଠୀ, ବିତରକ ପ୍ରକାଶ ଫିଲ୍ମସର ନିର୍ଦ୍ଦେଶକ ସଚ୍ଚିକାନ୍ତ ଜେନା, ସଂଗୀତ ନିର୍ଦ୍ଦେଶକ ମଳୟ ମିଶ୍ର,କାହାଣୀ ଓ ସଂଳାପକାର ଶଙ୍କର ତ୍ରୀପାଠି ଙ୍କ ସହ ଫିଲ୍ମର ମୁଖ୍ୟ କଳାକାର ବୃନ୍ଦ ଯେପରିକି ସିଦ୍ଧାନ୍ତ ମହାପାତ୍ର,ଜ୍ୟୋତି ରଞ୍ଜନ ନାୟକ, ଶ୍ରୀତମ ଦାସ, ଶିବାନୀ ସଙ୍ଗୀତା, ପିଙ୍କି ପ୍ରଧାନ, ଓ ଅଂଶୁମାନ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ