ବଳଙ୍ଗାରେ ଡିଜିପି

ପୁରୀ: ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଆଜି ପୁରୀ ଜିଲ୍ଲା ବଳଙ୍ଗାରେ ପହଞ୍ଚିଛନ୍ତି। ଡିଜି ୱାଇ. ବି. ଖୁରାନିଆ ବଳଙ୍ଗା ପୀଡ଼ିତାଙ୍କୁ ଯେଉଁଠି ଅପହରଣ କରାଯାଇ କିରାସିନି ଢାଳି ନିଆଁ ଲଗାଯାଇଥିଲା, ସେହି ସ୍ଥାନରେ ପହଞ୍ଚି ନିଜେ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ନାବାଳିକା ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କୁ ଭେଟିବା ସହିତ କଥାବାର୍ତ୍ତା କରିଛନ୍ତି। ଏଥି ସହିତ ସେ ସ୍ଥାନୀୟ ଲୋକ ଓ ପୀଡିତାଙ୍କର ସଂପର୍କୀୟଙ୍କ ସହିତ କଥା ହୋଇଛନ୍ତି। ଏହି ଅବସରରେ ପୁରୀ ଏସ୍‌ପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ଡିଜିପି ଶ୍ରୀ ଖୁରାନିଆ କହିଛନ୍ତି, ବଳଙ୍ଗା ମାମଲାରେ କିଛି ତଥ୍ୟ ସାମ୍ନାକୁ ଆସିଛି। ଆହୁରି କିଛି ତଥ୍ୟ ଆସିବାର ବାକି ଅଛି। ଆଜି ୨ଟି ଟିମ୍‌ ଘଟଣାର ତଦନ୍ତ କରିଛନ୍ତି। ବଳଙ୍ଗା ଅଞ୍ଚଳରେ ଗତକାଲି ତିନି ଜଣ ଦୁର୍ବୃତ୍ତଙ୍କ ଦ୍ବାରା ଅଗ୍ନିକାଣ୍ଡର ଶିକାର ହୋଇ ଶରୀରର ପ୍ରାୟ ୭୫ ପ୍ରତିଶତ ପୋଡ଼ି ଯାଇଥିବା ପୀଡ଼ିତାଙ୍କୁ ଆଜି ଅପରାହ୍‌ଣରେ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଛି। ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟନିଟ୍‌ରେ ଭର୍ତ୍ତି କରାଯାଇଛି। ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏହି କ୍ରମରେ ଆଜି ଅପରାହ୍‌ଣରେ ଏମ୍ସ ଭୁବନେଶ୍ବରରୁ ଗ୍ରୀନ୍‌ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା। ଏହା ପରେ ଏୟାର ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ। ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ