ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର

ଭୁବନେଶ୍ୱର: ରାଜ୍ୟବ୍ୟାପୀ କ୍ରିକେଟ୍ ଦର୍ଶକ ଏବଂ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ ଦର ହ୍ରାସ ପାଇଛି। ସର୍ବନିମ୍ନ ୧୦୦ ଟଙ୍କା ଟିକେଟ ଦର ହ୍ରାସ କରିଛି ଓଡ଼ିଶା କ୍ରିକେଟ ସଂଘ।

ଗ୍ୟାଲେରୀ ୧ ଓ ୩ ପାଇଁ ଟିକେଟ ୧୨୦୦ରୁ ୧୧୦୦ ଟଙ୍କାକୁ ହ୍ରାସ କରିଛି ଓସିଏ। ଗ୍ୟାଲେରୀ ୫ ପାଇଁ ଟିକେଟ ମୂଲ୍ୟ ୧୫୦୦ ଟଙ୍କା ଧାର୍ୟ୍ୟ କରାଯାଇଥିଲା। ଏହାକୁ ୧୨୦୦ ଟଙ୍କା କରାଯାଇଛି। ଗ୍ୟାଲେରୀ ୨ ଓ ୪ ପାଇଁ ପୂର୍ବରୁ ୧୦୦୦ ଟଙ୍କା ଧାର୍ୟ୍ୟ ଟିକେଟ ମୂଲ୍ୟକୁ ୯୦୦ ଟଙ୍କାକୁ ହ୍ରାସ କରାଯାଇଛି। ସେହିଭଳି ପୂର୍ବରୁ ୮୦୦ ଟଙ୍କା ଧାର୍ୟ୍ୟ କରାଯାଇଥିବା ଗ୍ୟାଲେରୀ ୭ ପାଇଁ ଟିକେଟ ମୂଲ୍ୟ ୭୦୦ ଟଙ୍କା ରଖାଯାଇଛି।ସେହିପରି ସ୍ପେଶାଲ୍ ଏନକ୍ଲୋଜର୍ ୭ ହଜାରରରୁ ହଜାରେ ଟଙ୍କା କମାଇ ଏହାକୁ ୬ ହଜାର ଟଙ୍କା କରାଯାଇଛି। ଏସି ଗ୍ୟାଲେରୀ ବକ୍ସ ଟିକେଟ ପୂର୍ବରୁ ୯ ହଜାର ଧାର୍ୟ୍ୟ କରାଯାଇଥିଲା, ଏହାକୁ ୮ ହଜାର ରଖାଯାଇଛି। ତେବେ କର୍ପୋରେଟ ବକ୍ସ ପାଇଁ ପୂର୍ବ ନିର୍ଦ୍ଧାରିତ ୨୦ ହଜାର ଟଙ୍କା ଓ ନ୍ୟୁ ପ୍ୟାଭିଲିୟନ ପାଇଁ ୧୦ ହଜାର ଟଙ୍କା ଟିକେଟ ଦରକୁ ଅପରିବର୍ତ୍ତିତ ରଖିଛି ଓସିଏ।

  • Related Posts

    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading
    ଲର୍ଡସରେ ଭାରତକୁ ହରାଇ ଇଂଲଣ୍ଡ ଜିତିଲା ଦିନିକିଆ ସିରିଜ୍

    ଲର୍ଡସ: ଲର୍ଡସର ଐତିହାସିକ ମଇଦାନରେ ରବିବାର ଏଭଳି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁଥିରେ ରନ୍ ର ବର୍ଷା ହୋଇଥିଲା, ନୂତନ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଶେଷରେ ଇଂଲଣ୍ଡ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ଚମତ୍କାର ୧୩୮ ରନ୍, ବିରାଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ