ଲଜ୍ଜା: ନାବାଳିକାଙ୍କୁ ଦୁଷ୍କର୍ମ

ମାଲକାନଗିରି : ମାଲକାନଗିରିରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ପୀଡିତା ନାବାଳିକାଙ୍କ ପରିବାର ପକ୍ଷରୁ ମାଲକାନଗିରି ସଦର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ନାବାଳିକା ଜଣଙ୍କ ସୋମବାର ସଂଧ୍ୟାରେ ନିଜ ସାଙ୍ଗର ଜନ୍ମ ଦିନ ପାଳନ କରିବା ଲାଗି ତାଙ୍କ ଘରକୁ ଯାଇଥିଲେ । ସେଠାରୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ପରିବାର ଲୋକେ ଝିଅକୁ ଖୋଜାଖୋଜି ପରେ ବି କୌଣସି ପତ୍ତା ମିଳିନଥିଲା ।ଶେଷରେ ବିଳମ୍ବିତ ରାତିରେ ମାଲକାନଗିରି-ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥର ବିଜାଘାଟି ନିକଟରେ ଉକ୍ତ ନାବାଳିକା ଓ ଜଣେ ଟ୍ରକ ଚାଳକଙ୍କୁ ସନ୍ଦେହ ଜନକ ଅବସ୍ଥାରେ ଦେଖିଥିଲେ କିଛି ଲୋକ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ସେଠାରେ ପହଞ୍ଚି ଉକ୍ତ ନାବାଳିକାକୁ ଉଦ୍ଧାର କରି ଶକ୍ତି ସଦନ ଗୃହରେ ରଖାଯାଇଛି । ଏହାସହ ଟ୍ରକ ଚାଳକଙ୍କୁ ଥାନାରେ ଅଟକ ରଖାଯାଇଛି । ସେପଟେ ଏହି ଘଟଣାକୁ ନେଇ ପୀଡିତାଙ୍କ ମା ମାଲକାନଗିରି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି ।

  • Garvita Odia

    Related Posts

    ପୁଅ ମାଡ଼ରେ ମାଆ ମୃତ

    ପଟ୍ଟାମୁଣ୍ଡା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବିଷ୍ଣୁପୁର ଗାଁରେ ପୁଅ ମାଡ଼ରେ ମାଆ ମୃତ । ପୁଅ, ବୋହୂଙ୍କ ଝଗଡ଼ା ସମାଧାନ କରିବାକୁ ଯାଇ ଚାଲିଗଲା ମାଆର ଜୀବନ । ପୁଲିସ ଅଭିଯୁକ୍ତ ପୁଅ ମନୋଜ ମଲ୍ଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି ।…

    ଜଗତସିଂହପୁର ଗଣଦୁଷ୍କର୍ମ :ମୁଖ୍ୟ ଅଭିଯୁକ୍ତ ଗିରଫ

    ଜଗତସିଂହପୁର: ଜଗତସିଂହପୁର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ କଟକରୁ ଗିରଫ କରାଯାଇଛି। ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ପୁଲିସ ଚଢ଼ଉ ଜାରି ରଖିଛି। ଏନେଇ ସୂଚନା ଦେଇଛନ୍ତି ଏସପି ଭବାନୀ ଶଙ୍କର ଉଦଗାତା। ସୂଚନାଯୋଗ୍ୟ, ଜଗତସିଂହପୁରରେ ଗତକାଲି ରାତିରେ ଜଣେ ୧୮…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା