୧୧ ନୂତନ ବ୍ଲକ ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ

ଭୁବନେଶ୍ୱର: ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ ୪୦ଟି ବ୍ଲକ ଆକାଂକ୍ଷୀ ବ୍ଲକ ରେ ପରିଣତ ହୋଇଛି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବ୍ଲକ ଗୁଡ଼ିକୁ ସାମିଲ କରିବା ପାଇଁ ନୀତି ଆୟୋଗକୁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି ନୀତି ଆୟୋଗ ଏହି ବ୍ଲକ ଗୁଡିକୁ ଆକାଂକ୍ଷୀ ଯୋଜନାରେ ସାମିଲ କରିଛି ।
ଯେଉଁ ନୂତନ ବ୍ଲକ ଗୁଡ଼ିକ ଆକାଂକ୍ଷୀ ଯୋଜନାରେ ସାମିଲ ହେଲା, ସେଗୁଡ଼ିକ ହେଉଛି – କେନ୍ଦୁଝର ଜିଲ୍ଲାର ଚମ୍ପୁଆ, ଝୁମ୍ପୁରା, କେନ୍ଦୁଝର ସଦର, ପାଟଣା ଓ ତେଲକୋଇ ଏବଂ ମୟୂରଭଞ୍ଜ ଜିଲ୍ଲାର ବହଳଦା, ବିଜାତଳା, ଜାମଡ଼ା, କୁସୁମୀ, ରାଇରଙ୍ଗପୁର ଓ ତିରିଙ୍ଗି । ନୀତି ଆୟୋଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ ଯେ, ଆକାଂକ୍ଷୀ ବ୍ଲକ କାର୍ୟ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ଯୋଜନା ଗୁଡ଼ିକ ସମ୍ମିଳିତ ଭାବେ (ଉକ୍ଟଦ୍ଭଙ୍ଖରକ୍ସଶରଦ୍ଭମର) କାର୍ୟ୍ୟକାରୀ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିକାଶ କାର୍ୟ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଉଛି। ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରର ବିଭିନ୍ନ ସୂଚକାଙ୍କରେ ବ୍ଲକମାନଙ୍କ ମଧ୍ୟରେ ର‍୍ୟାଙ୍କିଙ୍ଗ କରାଯାଇ ବିକାଶ ପାଇଁ ପ୍ରତିଯୋଗୀତାମୂଳକ ପରିବେଶ ସୃଷ୍ଟି କରାଯାଉଛି। ଏହାଦ୍ୱାରା ଏହି ଅଞ୍ଚଳ ଗୁଡ଼ିକରେ ବିକାଶ ତ୍ୱରାନ୍ୱିତ ହୋଇପାରୁଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ