ପୁଣି ଅଦଳବଦଳ: ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର ରାଜ୍ୟ ସରକାର ଆଜି ପୁଣିଥରେ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିବା ସହ ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ଗତ ଦୁଇଦିନ ତଳେ ଜାରି ହୋଇ ୪୭ଜଣିଆ ଆଇଏଏସ୍ ଅଫିସରଙ୍କ ବଦଳି ତାଲିକାର ଏହା ସଂଶୋଧିତ ସଂସ୍କରଣ ବୋଲି କୁହାଯାଉଛି । ପୂର୍ବ ବଦଳି ସମୟରେ ଯେଉଁ କିଛି ପ୍ରଶାସନିକ ତ୍ରୁଟି ରହିଥିଲା ତାକୁ ସୁଧାରି ରାଜ୍ୟ ସରକାର ଆଜି ଏହି ବଦଳି ତାଲିକା ଜାରି କରିଥିବା ଜଣାପଡ଼ିଛି । ୨୦୨୩ ବ୍ୟାଚର ୮ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ରାଜେଶ ପ୍ରଭାକର ପାଟିଲ- ସଚିବ ସମବାୟ ବିଭାଗ, ରାଜ୍ୟ ପଣ୍ୟାଗାର ନିଗମର ଅଧ୍ୟକ୍ଷ ଓ ଗୃହ-ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ(ଅତିରିକ୍ତ ଦାୟିତ୍ୱ)

ବିଜୟ କେତନ ଉପାଧ୍ୟାୟ -ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱରେ ରହିବେ । ସେ ଏବେ ବିଭାଗର ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରୁଛନ୍ତି

ସମର୍ଥ ବର୍ମା- ରାଜ୍ୟ କ୍ଷୁଦ୍ର ଖଣିଜ ନିର୍ଦ୍ଦେଶକ ସହ ଓଡ଼ିଶା ଫିଲ୍ମ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ(ଅତିରିକ୍ତ ଦାୟିତ୍ୱ), ନିର୍ଦ୍ଦେଶକ, କ୍ଷୁଦ୍ର ଖଣିଜ, ଭୁବନେଶ୍ୱର

ଦୀପଙ୍କର ମହାପାତ୍ର- ଓଡ଼ିଶା ହକି ପ୍ରମୋସନ କାଉନସିଲର ମୁଖ୍ୟ କାର୍ୟ୍ୟ ନିର୍ବାହୀ ଅଧିକାରୀ

ଟ୍ରେନିଂରୁ ଫେରିଥିବା ୨୦୨୩ ବ୍ୟାଚର ୮ଜଣ ଆଇଏଏସ୍ ଅଫିସରଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ଆଇଏଏସ୍ ପ୍ରେକ୍ଷା ଅଗ୍ରୱାଲଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଆଇଏଏସ୍ ପ୍ରଣୀତା ଦାଶଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ, କସ୍ତୁରୀ ପଣ୍ଡାଙ୍କୁ ପଂଚପୀର-କରଞ୍ଜିଆ ଉପଜିଳ୍ଲାପାଳ, ଅଭିଷେକ ଦିଲୀପ ଦୁଧାଲଙ୍କୁ ଗୁଣୁପୁର ଉପଜିଲ୍ଲାପାଳ, ଆସ୍ନି ଏ ଏଲଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ, ସି. ସରଭାନନଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ, ତେଜସ୍ୱିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲ୍ଲାପାଳ, ଶିବ ମାଲବୀୟଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ, ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ