ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

ଭୁବନେଶ୍ୱର: ଆଜି ଜଣେ ଲାଞ୍ଚୁଆ ଯୁବ ସରକାରୀ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ। ତାଙ୍କ ନାଁ ସୌରଭ ତ୍ରିପାଠୀ।ଗିରଫ ଶ୍ରୀ ତ୍ରିପାଠୀ ଭୁବନେଶ୍ୱର ଉପଜିଲ୍ଲାପାଳ ଅଫିସରେ ଜୁନିଅର୍ ରେଭେନ୍ୟୁ ଆସିଷ୍ଟାଣ୍ଟ (JRA) ଭାବେ ନିଯୁକ୍ତ ହୋଇଛନ୍ତି।ଏକ ସାର୍ଟିଫିକେଟ୍‌ ମାମଲା ଦୀର୍ଘଦିନରୁ ପଡ଼ି ରହିଥିବା ବେଳେ ଫାଇଲ ପ୍ରୋସେସିଂ ପାଇଁ ଅଭିଯୋଗକାରୀଙ୍କ (ଭିଜିଲାନ୍ସରେ ଅଭିଯୋଗ କରିଥିବା ବ୍ୟକ୍ତି)ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଜେଆରଏ ସୌରଭ ତ୍ରିପାଠୀ।କାମଟିକୁ କରିଦେବାକୁ ତାଙ୍କୁ ବାରମ୍ବାର ବହୁ ଅନୁରୋଧ କରିଥିଲେ ଅଭିଯୋଗକାରୀ। କିନ୍ତୁ ଶ୍ରୀ ତ୍ରିପାଠୀ ଆଦୌ ଶୁଣି ନଥିଲେ। ସେ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅନ୍ୟ କୌଣସି ଉପାୟ ନପାଇ ଶେଷରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।ଯୋଜନା ପ୍ରକାରେ ଆଜି ଅଭିଯୋଗକାରୀ ଶ୍ରୀ ତ୍ରିପାଠୀଙ୍କୁ ୩୦ ହଜାର ଟଙ୍କା ଲାଞ୍ଚ ଦେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରିଥିଲେ। ସେମାନେ ଶ୍ରୀ ତ୍ରିପାଠୀଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି।ଜେଆରଏ ଶ୍ରୀ ତ୍ରିପାଠୀଙ୍କୁ ନିଜ ହେପାଜତକୁ ନେବା ପରେ ଭିଜିଲାନ୍ସ ତାଙ୍କର ଦୁଇଟି ଠିକଣା ଉପରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ତାଙ୍କ ନାଁରେ ମାମଲା ରୁଜୁ କରାଯାଇଥିବା ତଦନ୍ତ ଜାରି ରହିଛି।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ