
କଟକ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ୟ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ୟ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।