ବିଜେଡିରୁ ନିଲମ୍ବିତ ହେଲେ ଅମରେଶ ଜେନା

ଭୁବନେଶ୍ୱର: କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ ଫେରାର କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ରବିବାର ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହୋଇଛନ୍ତି। ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା ଅଭିଯୋଗରେ କମିଶନରେଟ ପୁଲିସ ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ କର୍ପୋରେଟର ଅମରେଶ ଜେନା ଫେରାର ଥିଲେ। ସେ ରାଜ୍ୟ ବାହାରକୁ ଫେରାର ହୋଇଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ପୁଲିସ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ଆଜି ପୂର୍ବାହ୍ନ ୧୧ଟା ସମୟରେ ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ କଳାକାଦ ଗାଁରୁ ସମ୍ପୃକ୍ତ କର୍ପୋରେଟରଙ୍କୁ ଗିରଫ କରାଯାଇଛି। କମିଶନରେଟ ପୁଲିସଙ୍କ ସମେତ ବରହମପୁର ଥାନା ଆଇଆଇସି ପ୍ରେମଦା ନାୟକ ସାଦା ପୋଷାକରେ ଆସି କଳାକାଦ ଗାଁର ନିରୋଦ ମହାନ୍ତିଙ୍କ ଘରୁ ଫେରାର କର୍ପୋରେଟରଙ୍କୁ ବାନ୍ଧିଛନ୍ତି। ଅଧିକ ତଦନ୍ତ ତଥା ଜେରା ପାଇଁ ତାଙ୍କୁ ବରହମପୁର ଥାନାକୁ ନିଆଯାଇଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ