ବନ୍ୟା:ଭଦ୍ରକରେ ସ୍ଥିତି ସଂଗୀନ

ଭଦ୍ରକ : ଲଗାଣ ବର୍ଷା ପରେ ୬ ଜିଲ୍ଲାରେ ବନ୍ୟା ସ୍ଥିତି । ଖାସ୍ କରି ଭଦ୍ରକରେ ସ୍ଥିତି ସଂଗୀନ ହେବାରେ ଲାଗିଛି । ବୈତରଣୀ ନଦୀରେ ବନ୍ୟା ଜଳ କମ ହେଉଥିଲେ ମଧ୍ୟ କେତେକ ତଳିଆ ଅଞ୍ଚଳରେ ବନ୍ୟା ପାଣି ଜମି ରହିଛି । ତେଣୁ ପ୍ରଭାବିତ ଅଞ୍ଚଳରେ କେତେକ ସ୍କୁଲ ପ୍ରଭାବିତ ହୋଇଥିବା ଯୋଗୁଁ ଦୁଇ ଦିନ ଛୁଟି ଘୋଷଣା କରିଛି ପ୍ରଶାସନ । ଆଖୁଆପଦା ଆନିକଟ ଠାରେ ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ସାଖାଲ ସୁଦ୍ଧା ୧୭.୭୭ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡରୁ ବନ୍ୟା ଜଳ କମ ହୋଇଥିଲେ ମଧ୍ୟ ତଳିଆ ଅଞ୍ଚଳରେ ବନ୍ୟା ଜଳ ଜମି ରହିଛି । ଧାମନଗର ବ୍ଲକ ଅଧିନରେ ଥିବା ୪ ପଞ୍ଚାୟତ ସୋହଡା, ପଧାନି, ଅର୍ଜୁନପୁର ଓ ହସନାବାଦ ପଞ୍ଚାୟତର ସ୍କୁଲ ଗୁଡ଼ିକ ପ୍ରଭାବିତ ହୋଇଛି । ବ୍ଲକ ଅଧିନରେ ୨୬ଟି ସ୍କୁଲ ପ୍ରଭାବିତ ହୋଇଛି । ସମାନ ଭାବେ ଚାନ୍ଦବାଲି ବ୍ଲକ ଅଧିନରେ ସନ୍ତରାପୁର, ମୁଆଁ, ବିଏସ୍‌ଏସ, ବାଙ୍କ ମୁଂହା ଓ ବୋଡକ୍ ସ୍କୁଲ ପ୍ରଭାବିତ ହୋଇଥିବା ଯୋଗୁଁ ସ୍କୁଲ ଗୁଡିକୁ ଦୁଇ ଦିନ ଛୁଟି ଘୋଷଣା କରିଛି ପ୍ରଶାସନ ।

  • Garvita Odia

    Related Posts

    ବାତିଲ ହେଲା ଏହିସବୁ ପରୀକ୍ଷା

    କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି।…

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଭୁବନେଶ୍ୱର : ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ରେ ହେବ ବ୍ୟାଘ୍ର ପ୍ରକଳ୍ପ। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ପକ୍ଷରୁ ମିଳିଲା ଅନୁମତି। ବିଶେଷଜ୍ଞ କମିଟିର ସ୍ଥିତି ଅନୁଧ୍ୟାନ ପରେ ନିଷ୍ପତ୍ତି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ପିସିସିଏଫ୍ ପ୍ରେମ୍‌ କୁମାର ଝା ଏନେଇ ସୂଚନା…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ ଓଡ଼ିଶା କ୍ୟାଡର ଆଇପିଏସ

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ  ଓଡ଼ିଶା କ୍ୟାଡର ଆଇପିଏସ

    ବାତିଲ ହେଲା ଏହିସବୁ ପରୀକ୍ଷା

    ବାତିଲ ହେଲା ଏହିସବୁ ପରୀକ୍ଷା

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍