ପ୍ରୀତିରଂଜନଙ୍କ ନାଁରେ ମାମଲା

କଳିଙ୍ଗନଗର: ରାସ୍ତାରେ ମୃତଦେହ ରଖି ପ୍ରତିବାଦ କରି ଆଡ଼ୁଆରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ପ୍ରୀତିରଂଜନ ଘଡ଼େଇ। ପୁଲିସ ଓ ସରକାରୀ ଅଧିକାରୀଙ୍କୁ ଗାଳିଗୁଲଜ କରିବା, ଗାଡ଼ି ଜଳିଦେବା ପାଇଁ ଧମକ ଦେବା, ୭ଘଣ୍ଟା ଧରି ରାସ୍ତାରୋକ କରିବା ଏବଂ ଆଇନଶୃଙ୍ଖଳା ବିଗାଡ଼ିବା ପାଇଁ ଲୋକଙ୍କୁ ଉସକାଇବା ଅଭିଯୋଗରେ ଡାନିଙ୍କ ସମେତ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । ଏହାକୁ ନେଇ କଳିଙ୍ଗନଗର ଥାନାଧିକାରୀ ପ୍ରକାଶ କୁମାର ସାହୁ ନିଜ ଆଡ଼ୁ ଏକ ମାମଲା ରୁଜୁ କରିଛନ୍ତି । ଗତକାଲି କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ-ଡ଼ୁବୁରୀ ରାସ୍ତାର ଟାଟା ପ୍ଲଟ-୨ ଜିନ୍ଦଲ କାରଖାନା ନିକଟରେ କାରଖାନା ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ ।
ଆଇନ୍‌ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିବା, ପୁଲିସକୁ ଗାଳିଗୁଲଜ କରିବା ପରି ଅଭିଯୋଗରେ କେସ୍‌ ନଂ ୨୩୬/୨୫ ଓ ଭାରତୀୟ ନ୍ୟାୟ ସଂହିତାର ଧାରା ୩୨୬(ଏଫ୍‌), ୧୯୦, ୧୧୫(୨), ୩୫୧(୩), ୩୫୧(୨), ୨୯୬, ୪୯, ୧୨୬(୨), ୨୮୫, ୨୨୧, ୧୯୧(୨)ରେ ଏହି ମାମଲା ରୁଜୁ କରାଯାଇଛି ।

ପୂର୍ବତନ ମନ୍ତ୍ରୀ ଶ୍ରୀ ଘଡ଼ାଇଙ୍କ ସମେତ ମନୋରଂଜନ ହାଇବ୍ରୁ, ଟୁକୁ ସାହୁ, ସୁଦାମ ପହି, ସାଗର ଧୀର, ଜଟିଆ ପାତ୍ର, ମିନିଜା ପାତ୍ର, ବଣ୍ଟି ଖାଁ, ରାଜା ଖାଁ, ଜନ୍ମଜେୟ ଦେଓ, ସୋନୁ ମଲିକ, ପ୍ରଦୀପ ନାୟକ, ଆଝାର ଅହମ୍ମନ ଖାଁ, ମୋହନ ଦେହୁରୀ, ଅଶୋକ କୁମାର ଦାସ, ତୁଷାର ସାହୁ, ରଂଜନ ସାହୁ, ଭାଗିରଥୀ ବେହେରା, କାଶୀନାଥ ଭୂୟାଁ, ଅର୍ଜୁନ ପୂର୍ତ୍ତି, ଲକ୍ଷ୍ମୀଧର ଦାସ ପ୍ରମୁଖଙ୍କ ନାଁରେ ମାମଲା ରୁଜୁ କରାଯାଇଥିବା ସୂଚନା ମିଳିଛି ।

  • Related Posts

    ବନ୍ଦକୁ ଜନସମର୍ଥନ ମିଳିଛି : ଭକ୍ତ

    ଭୁବନେଶ୍ୱର, ୮ ।୧୦ : ଚାରିଟି ଗୁରୁତ୍ୱପୂର୍ଣ ଦାବିକୁ ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ଜନସମର୍ଥନ ମିଳିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଅବସରରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର…

    Continue reading
    ପଶ୍ଚିମ ଓଡ଼ିଶାରେ ରାସ୍ତାରୋକ ଏବଂ ପିକେଟିଂ, ଲୋକେ ହନ୍ତସନ୍ତ

    ସମ୍ବଲପୁର/ଝାରସୁଗୁଡ଼ା/ନୂଆପଡ଼ା: INDIA ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦର ପ୍ରଭାବ ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ପଡ଼ିଛି । ରାସ୍ତା ଅବରୋଧ ଓ ପିକେଟିଂ ଯୋଗୁଁ ବସ୍‌, ଟ୍ରକ୍‌, ଅଟୋ ସମେତ ଅନେକ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ବଜାର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ