ଘୂର୍ଣ୍ଣିବଳୟ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥିପାଇଁ ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ଟୁଇନ ସିଟିରେ ମଧ୍ୟ ପ୍ରବଳ ଛେଚିଛି। ତେବେ ବୁଧବାର ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ , କେଉଁଝର ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ।

ସେହିପରି ବାଲେଶ୍ୱର, ଭଦ୍ରକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ୟ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ