୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ବଲାଙ୍ଗୀର: ବଲାଙ୍ଗୀର ଜିଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ୟ୍ୟକ୍ରମ ଚାଲିଥିବାବେଳେ ଜିଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା ଦେଖାଦେଇଛି । ସ୍କୁଲ ମାନଙ୍କରେ ଗଛ ଲଗାଇବା ପାଇଁ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ କାର୍ୟ୍ୟକ୍ରମ ତଦାରଖ କରୁ ନଥିବାରୁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଗଲପୁର ବିଇଓ ତଥା ଲୋଇସିଂହା ଅତିରିକ୍ତ ଦାୟିତ୍ୱ ଶ୍ୟାମ ମେହେର, ସଇଁନ୍ତଲା ବିଇଓ ତଥା ବଲାଙ୍ଗିର ଅତିରିକ୍ତ ଦାୟିତ୍ୱ ଦିଲୀପ ଯୋଶୀ, ଟିଟିଲାଗଡ଼ ବିଇଓ ଆର୍ତ୍ତତ୍ରାଣ ରଥ, ଦେଓଗାଁ ବିଇଓ ମମତା ମାହାଡ଼ିକଙ୍କ ଦରମା ବନ୍ଦ କରାଯାଇଛି। ସେହିପରି ଗୁଡ଼ଭେଲା ବିଇଓ ନମିତାରାଣୀ ଭୋଇ, ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ଶବର, ମୁରିବାହାଲ ବିଇଓ ଶାନ୍ତନୁ ପଢ଼ିହାରୀ, ତୁରେକେଲା ବିଇଓ ଗୌତମ ପଟେଲ, ବେଲପଡ଼ା ବିଇଓ ତଥା ଖପ୍ରାଖୋଲ ଅତିରିକ୍ତ ଦାୟିତ୍ୱରେ ଥିବା ଅଭିନବ ମିଶ୍ର, ପାଟଣାଗଡ଼ ବିଇଓ ଶଙ୍କର ପ୍ରସାଦ ମାଝୀ ଓ ପୁଇଁନ୍ତଲା ବିଇଓ ରତ୍ନମୟ ପୁରୋହିତଙ୍କ ଦରମା ବନ୍ଦ ପାଇଁ ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଧିକାରୀଙ୍କ ଜୁଲାଇ ମାସର ଦରମା ବନ୍ଦ କରାଯାଇଥିବା ବେଳେ ପରବର୍ତ୍ତୀ ନିର୍ଦ୍ଦେଶ କିମ୍ବା କାର୍ୟ୍ୟକ୍ରମରେ ଶତ ପ୍ରତିଶତ ସଫଳତା ହାସଲ ପରେ ଦରମା ପ୍ରଦାନ କରାଯିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଥିବାରୁ ଏହା ଚର୍ଚ୍ଚାର ବିଷୟ ହୋଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ