ଆୟ ବର୍ହିଭୂତ ସମ୍ପତ୍ତି:ସିଏସ୍‌ଓ ଗିରଫ

ଭୁବନେଶ୍ୱର: କୋଟିପତି ସିଏସ୍‌ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ।

ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ୟ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଥିଲା।ଚଢ଼ାଉ ବେଳେ ସୁରେଶଙ୍କର ୨ଟି କୋଠା, ଗୋଟିଏ ଫାର୍ମ ଓ ୧୯ ପ୍ଲଟ୍‌ ଜବତ କରିଥିଲା ଭିଜିଲାନ୍ସ। ଏଥିସହ ୫ ଶହ ଶାଗୁଆନ ଗଛ ଥିବା ୪ ଏକର ଜମି, ୧.୭୨ କୋଟିର ବ୍ୟାଙ୍କ ଜମା ଓ ୧.୪୯ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

ସିଏସ୍‌ଓ ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ