ଭୁବନେଶ୍ୱରରେ ହେବ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପବାଚସ୍ପତି ଭାବନୀଶଙ୍କର ଭୋଇ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସମ୍ମିଳନୀର ପ୍ରସ୍ତୁତି ସମ୍ପର୍କରେ ସୁଚିନ୍ତିତ ମତ ରଖିଥିଲେ ।
ବୈଠକରେ ଆଲୋଚନା ଅନୁଯାୟୀ ଏହି ଜାତୀୟ ସମ୍ମିଳନୀରେ ଲୋକସଭାର ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ଡ. ହରିବଂଶ, ସାଂସଦ ଓ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କମିଟି ଅଧ୍ୟକ୍ଷ ଓ ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ବାଚସ୍ପତି ଓଡ଼ିଶାକୁ ଏଭଳି ଏକ ମର୍ଯ୍ୟାଦାଜନକ ଜାତୀୟ ସମ୍ମିଳନୀର ଆୟୋଜନ ପାଇଁ ସୁଯୋଗ ଦେଇଥିବାରୁ ଲୋକସଭାର ବାଚସ୍ପତିଙ୍କୁ ଆନ୍ତରିକ ଧନ୍ୟବାଦ ପ୍ରଦାନ କରିଥିଲେ । ସେ କହିଥିଲେ ଯେ କାର୍ଯ୍ୟକ୍ରମରେ ପ୍ରାୟ ୨୫୦ରୁ ଊଦ୍ଧ୍ୱର୍ ପ୍ରତିନିଧି ଯୋଗଦେବେ । ଓଡ଼ିଶା ‘ଅତିଥି ଦେବୋ ଭବଃ’ ନୀତିକୁ ସବୁବେଳେ ପ୍ରାଥମିକତା ଦେଇଥାଏ । ଏଣୁ ଏଥିରେ ଯୋଗଦେବାକୁ ଥିବା ଅତିଥିମାନଙ୍କ ଚର୍ଚ୍ଚାରେ ଯେପରି କୌଣସି ତ୍ରୁଟି ନ ରହେ ତାହା ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ।
ଏହି ଦୁଇଦିନିଆ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେବାକୁ ଥିବାବେଳେ ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସମ୍ମିଳନୀ ପରେ ଅତିଥିମାନେ ପୁରୀ ଓ କୋଣାର୍କ ପରିଦର୍ଶନ କରିବେ ।
ଏହିସବୁ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ତଦାରଖ କରିବା ପାଇଁ ଲୋକସଭାର ନିର୍ଦ୍ଦେଶକ ଡ. ୟମ୍‌ନାମ୍‌ ଅରୁଣ କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ଅଧିକାରୀ କମିଟି ଓଡ଼ିଶା ଗସ୍ତରେ ଅଛନ୍ତି । ପ୍ରସ୍ତୁତି ବୈଠକରେ କମିଶନରେଟ୍‌ ପୋଲିସ, ସଂସଦୀୟ ବ୍ୟାପାର ବିଭାଗ, ଗୃହ ବିଭାଗ, ଅର୍ଥ ବିଭାଗ, ପର୍ଯ୍ୟଟନ ବିଭାଗ, ପୂର୍ତ୍ତ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇଥିବାବେଳେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ