ଖୁବଶୀଘ୍ର ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନବୀନ:ଲତିକା

କବିସୂର୍ୟ୍ୟନଗର: ଗତକାଲି କବି ସୂର୍ୟ୍ୟନଗର କାଳିମେଘୀ ଗାଁ ନିକଟରେ ଏକ ସଭାରେତନ କବିସୂର୍ୟ୍ୟନଗର ବିଧାୟିକା ଲତିକା ପ୍ରଧାନ କହିଛନ୍ତି, ଖୁବଶୀଘ୍ର ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ। ସମସ୍ତେ ଏକାଠି ହୋଇ ନବୀନଙ୍କୁ ପୁଣି ମୁଖ୍ୟମନ୍ତ୍ରୀ କରିବାକୁ ବିଜେଡି କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି ଲତିକା।ସେ କହିଛନ୍ତି, ଆଗାମୀ ଦିନରେ ପୁଣି ଥରେ ଲଢ଼େଇ ହେବ। ନବୀନ ପଟ୍ଟନାୟକଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ କରିବା। ଏହି ସମୟ ବହୁତ ଦୂର ନାହିଁ। ଖୁବ୍‌ କମ୍‌ ସମୟ ଭିତରେ ନବୀନ ପଟ୍ଟନାୟକ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ। ଆପଣମାନଙ୍କୂ ଯେଉଁ ସୁବିଧା ସୁଯୋଗ ଦେଇଥିଲେ, ପୁଣି ଥରେ ଫେରିଆସିବ। ଓଡ଼ିଶାବାସୀ ପୁଣି ଥରେ ହସିବେ। ସେହି ଭରସା,ବିଶ୍ୱାସ ଓ ସହଯୋଗ ଆପଣ ମାନଙ୍କର ରହିବା ଦରକାର।

ନବୀନ ପଟ୍ଟନାୟଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବାକୁ ଜଣେ ପରେ ଜଣେ ବିଜେଡି ନେତା ବୟାନ ଦେଇ କର୍ମୀଙ୍କୁ ଦେଖାଉଛନ୍ତି ରଙ୍ଗୀନ ସ୍ୱପ୍ନ। ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ, ବିଜେଡି ନେତା ମୁନା ଖାନ୍ନ ଓ ଅତନୁ ସବ୍ୟସାଚ୍ଚୀଙ୍କ ପରେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ପୂର୍ବତନ କବିସୂର୍ୟ୍ୟନଗର ବିଧାୟିକା ଲତିକା ପ୍ରଧାନ।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ