ହାତୀ ଆକ୍ରମଣରେ ୩ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଝୁଲଣା ଦେହୁରୀ (୫୫) ଏବଂ ତାଙ୍କ ଦେଢ଼ଶୂର କରୁଣାକର ଦେହୁରୀ (୬୦) ଏବଂ ଶଶି ସାହୁ।
ଗୁରୁବାର ଝୁଲଣା ଦେହୁରୀ ଫୁଲ ତୋଳୁଥିବା ସମୟରେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଦେଢ଼ଶୂର କରୁଣାକର ଦେହୁରୀ ବାହାରକୁ ଆସିଥିଲେ। ହାତୀ କରୁଣାକରଙ୍କୁ ଦେଖି ଆକ୍ରମଣ କରିଥିଲା। ଉଭୟ ଝୁଲଣା ଏବଂ କରୁଣାକରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।ଏହାପରେ ଗାଁର ଶଶି ସାହୁ ହାତୀ ସହ ମୁହାଁମୁହିଁ ହୋଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରିଥିଲା। ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ଲାଗି ଅନୁଗୁଳ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ‌ ଘୋଷଣା କରିଥିଲେ।

ହାତୀ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଘଟି ଚାଲିଥିବାବେଳେ ପ୍ରଶାସନ ଏନେଇ ନୀରବ ରହିଥିବା ଲୋ‌କେ ଅଭିଯୋଗ କରିଛନ୍ତି। ଏହି ଘଟଣାପରେ ଗାଁଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ପୁରୁଣା କଟକସମ୍ବଲପୁର ରାସ୍ତା ସାତ ମାଇଲ ଛକରେ ଲୋକେ ମୃତଦେହକୁ ରାସ୍ତାରେ ରଖି ରାସ୍ତା ରୋକ କରିଛନ୍ତି। ଉତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରିବା ସହିତ ହାତୀ ଆକ୍ରମଣରୁ ଲୋକଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ଅଞ୍ଚଳରେ ସୌର ବାଡ଼ ନିର୍ମାଣ ପାଇଁ ଦାବି କରିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ