ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ ୩ ଲକ୍ଷ୍ୟ ୪୮ ହଜାର ଚାଷୀ ପଞ୍ଜିକରଣ କରିଥିଲେ। ଏଥିରେ ବେଶି ବ୍ୟବଧାନ ନାହିଁ । ଗତବର୍ଷ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇଥିଲା ଏଥର ପଞ୍ଜିକରଣ ୪ ଦିନ ବିଳମ୍ବରେ ଆରମ୍ଭ ହୋଇଛି ।ପଞ୍ଜିକରଣରେ ମାତ୍ର ୧୦ ହଜାର ବ୍ୟବଧାନ ରହିଛି। ଚାଷୀ କେବଳ ଗୋଟିଏ ସେଲ୍ପ ଡିକ୍ଲାରେସନ୍ ଫର୍ମରେ ଦସ୍ତଖତ କରିବେ। ଯାହା ନାଁ ରେ ରେକର୍ଡ ଯଥା ବାପା କିମ୍ବା ଭାଇ ନାଁ ରେ ରେକର୍ଡ ଥିଲେ କେବଳ ଲେଖିକି ଦେବେ।ସେଥିପାଇଁ ଫର୍ମ ଇସ୍ୟୁ ହୋଇଯାଇଛି। ଜୋରସୋରରେ ଚାଲିଛି ପଞ୍ଜିକରଣ। କୌଣସି ଅସୁବିଧା ନାହିଁ। ଅସୁବିଧା ଥିଲେ ଦିଆଯାଇଥିବା ଫୋନ୍ ନମ୍ବରରେ ଫୋନ କରନ୍ତୁ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ