ଖୋଲିଲା ଭିତରକନିକା

କେନ୍ଦ୍ରାପଡା: ତିନି ମାସ ବନ୍ଦ ରହିବା ପରେ ଆଜିଠାରୁ ପର୍ୟ୍ୟଟକଙ୍କ ପାଇଁ ଖୋଲିଲା ପକ୍ଷୀଙ୍କ ଭୂସ୍ବର୍ଗ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ମେ ମାସ ୧ ତାରିଖରୁ ଜୁଲାଇ ମାସ ୩୧ ତାରିଖ ପର୍ୟ୍ୟନ୍ତ ବନ୍ଦ ରହିଥିଲା ଜାତୀୟ ଉଦ୍ୟାନ। ଅନ୍ୟପଟେ ଶ୍ରାବଣ ମାସର ଦ୍ବିତୀୟାର୍ଦ୍ଧରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ହୋଇଥିବା ବେଳେ କିଚିରି ମିଚିରି ଶବ୍ଦ ଚଳିତଥର ପର୍ୟ୍ୟଟକଙ୍କ ପାଇଁ ଆନନ୍ଦ ଆଣିଦେବ ବୋଲି ଆଶା କରାଯାଉଛି।
ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା କନିକା ରେଞ୍ଜ ଅଧିନରେ ମଠ ଆଡ଼ିଆ,ଲକ୍ଷ୍ମୀପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦ ଡିଆର ଅରଣ୍ୟ ଏବଂ ବୃକ୍ଷଲତାରେ ପର୍ୟ୍ୟାପ୍ତ ପରିମାଣର ଦେଶୀୟ ପକ୍ଷୀ ବାସ କରନ୍ତି। ଗେଣ୍ଡାଳିଆ,ବଗ,ଦା ବେଣ୍ଟିଆ, କାପରଖାଇ, ଅଞ୍ଜନା ପ୍ରଭୃତି ଦେଶୀୟ ପକ୍ଷୀ ଜାତୀୟ ଉଦ୍ୟାନ ମଧ୍ୟରେ ବାସ କରିଥାନ୍ତି। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବିଭିନ୍ନ କିଟ ପତଙ୍ଗ ସମେତ ଉଦ୍ୟାନକୁ ଲାଗିଥିବା ଚାଷ ଜମି ଏବଂ ଚିଙ୍ଗୁଡ଼ି ଘେରି ଗୁଡିକରୁ ଏମାନେ ଖାଦ୍ୟ ସଂଗ୍ରହ କରିଥାନ୍ତି । ଯେଉଁଥିପାଇଁ ଏହି ପକ୍ଷୀ ଗୁଡିକ ଅନ୍ୟ କୌଣସି ସ୍ଥାନକୁ ନଯାଇ ଜାତୀୟ ଉଦ୍ୟାନକୁ ନିଜର ବାସସ୍ଥାନ ଭାବେ ବାଛି ନେଇଛନ୍ତି।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’