ଖୋଲିଲା ଭିତରକନିକା

କେନ୍ଦ୍ରାପଡା: ତିନି ମାସ ବନ୍ଦ ରହିବା ପରେ ଆଜିଠାରୁ ପର୍ୟ୍ୟଟକଙ୍କ ପାଇଁ ଖୋଲିଲା ପକ୍ଷୀଙ୍କ ଭୂସ୍ବର୍ଗ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ମେ ମାସ ୧ ତାରିଖରୁ ଜୁଲାଇ ମାସ ୩୧ ତାରିଖ ପର୍ୟ୍ୟନ୍ତ ବନ୍ଦ ରହିଥିଲା ଜାତୀୟ ଉଦ୍ୟାନ। ଅନ୍ୟପଟେ ଶ୍ରାବଣ ମାସର ଦ୍ବିତୀୟାର୍ଦ୍ଧରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ହୋଇଥିବା ବେଳେ କିଚିରି ମିଚିରି ଶବ୍ଦ ଚଳିତଥର ପର୍ୟ୍ୟଟକଙ୍କ ପାଇଁ ଆନନ୍ଦ ଆଣିଦେବ ବୋଲି ଆଶା କରାଯାଉଛି।
ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା କନିକା ରେଞ୍ଜ ଅଧିନରେ ମଠ ଆଡ଼ିଆ,ଲକ୍ଷ୍ମୀପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦ ଡିଆର ଅରଣ୍ୟ ଏବଂ ବୃକ୍ଷଲତାରେ ପର୍ୟ୍ୟାପ୍ତ ପରିମାଣର ଦେଶୀୟ ପକ୍ଷୀ ବାସ କରନ୍ତି। ଗେଣ୍ଡାଳିଆ,ବଗ,ଦା ବେଣ୍ଟିଆ, କାପରଖାଇ, ଅଞ୍ଜନା ପ୍ରଭୃତି ଦେଶୀୟ ପକ୍ଷୀ ଜାତୀୟ ଉଦ୍ୟାନ ମଧ୍ୟରେ ବାସ କରିଥାନ୍ତି। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବିଭିନ୍ନ କିଟ ପତଙ୍ଗ ସମେତ ଉଦ୍ୟାନକୁ ଲାଗିଥିବା ଚାଷ ଜମି ଏବଂ ଚିଙ୍ଗୁଡ଼ି ଘେରି ଗୁଡିକରୁ ଏମାନେ ଖାଦ୍ୟ ସଂଗ୍ରହ କରିଥାନ୍ତି । ଯେଉଁଥିପାଇଁ ଏହି ପକ୍ଷୀ ଗୁଡିକ ଅନ୍ୟ କୌଣସି ସ୍ଥାନକୁ ନଯାଇ ଜାତୀୟ ଉଦ୍ୟାନକୁ ନିଜର ବାସସ୍ଥାନ ଭାବେ ବାଛି ନେଇଛନ୍ତି।

  • Related Posts

    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading
    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ