ପରିସ୍ରା ପିଆଇବା ମାମଲା: ପିଅନ ଗିରଫ

ମୋହନା: ମୋହନା ଆର୍‌ଡବ୍ଲୁ ଏସଏସ୍‌ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ମାମଲାରେ ପିଅନ ଶିବ ନାୟକ ଗିରଫ । ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ହୋଇ ଥିଲା । ଗଜପତି ଜିଲ୍ଲା ଆର୍. ଉଦୟଗିରିସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଜଡଝଝ) ବିଭାଗରେ ଘଟିଥିଲା ଏହି ଘଟଣା । ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି ।
ଯନ୍ତ୍ରୀଙ୍କ ଅଭିଯୋଗ ଅନୁସାରେ, ଗତ ଜୁଲାଇ ୨୩ ତାରିଖ ରାତିରେ ସେ କାର୍ୟ୍ୟାଳୟରେ କାମ କରୁଥିବା ବେଳେ ପିଅନଙ୍କୁ ପିଇବା ପାଇଁ ପାଣି ମାଗିଥିଲେ । କିନ୍ତୁ ଅଭିଯୁକ୍ତ ପିଅନ ଜଣକ ଏକ ପାଣି ବୋତଲରେ ପରିସ୍ରା ଭର୍ତ୍ତି କରି ତାଙ୍କୁ ଦେଇଥିଲେ । କାର୍ୟ୍ୟବ୍ୟସ୍ତତା ମଧ୍ୟରେ ଯନ୍ତ୍ରୀ ଜଣକ କିଛି ନ ଜାଣିପାରି ସେହି ପରିସ୍ରାକୁ ପିଇ ଦେଇଥିଲେ । ପିଇବା ପରେ ତାଙ୍କୁ କିଛି ଅସ୍ୱାଭାବିକ ଲାଗିବାରୁ ସେ ସନ୍ଦେହ କରିଥିଲେ । ପରେ ସେହି ପରିସ୍ରା ପିଇଥିବା ଜାଣିବା ପରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରୁ ସୁସ୍ଥ ହୋଇ ଫେରିବା ପରେ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏହି ଅମାନବୀୟ କାଣ୍ଡକୁ ନେଇ ଆର୍. ଉଦୟଗିରି ଥାନାରେ ଅଭିଯୁକ୍ତ ପିଅନଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ