୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର ଗ୍ରହଣ କରିଥିବା ୬୩୮୭ଜଣ ଶିକ୍ଷକଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ମିଳିବ । ସମ୍ପୃକ୍ତ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ନିଯୁକ୍ତି ମିଳିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିଦେ୍ର୍ଧଶାଳୟକୁ ଚିଠି କରାଯାଇଛି । ନୂଆ ଟିଜିଟି ନିଯୁକ୍ତି ହେବା ଯାଏଁ ଏମାନେ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଡିଇଓ ଅବଗତ କରାଇବେ । ଖାଲି ପଦବୀରେ ଟିଜିଟି ଶିକ୍ଷକ ନିଯୁକ୍ତି ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ