ସାଗରିକ ନାଥ ଏନ୍‌ଆଇଏ ଏସ୍‌ପି

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ କୁମାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହା ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ସାଗରିକାଙ୍କ ମୂଳ ଘର ଢେଙ୍କାନାଳ ଜିଲ୍ଲାରେ। ସେ କୋରାପୁଟ ଜିଲ୍ଲାର ଦାମନଯୋଡ଼ି ଦିଲ୍ଲୀ ପବ୍ଲିକ୍ ସ୍କୁଲ୍‌ରୁ ମାଟ୍ରିକ୍ ପାସ୍ କରିଥିଲେ। ବିଶାଖାପାଟଣାରେ ଯୁକ୍ତଦୁଇ ପଢ଼ିବା ପରେ ଭୁବନେଶ୍ୱରସ୍ଥିତ ସିଇଟିରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂରେ ଡିଗ୍ରି ହାସଲ କରିଥିଲେ। ୟୁପିଏସ୍‌ସି ସିଭିଲ୍ ସର୍ଭିସେସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୧୬ ମସିହାରେ ଭାରତୀୟ ପୁଲିସ ସେବାରେ ଯୋଗଦେଇଥିଲେ। ତାଙ୍କ ବାପା ପ୍ରଦୀପ କୁମାର ନାଥ ନାଲ୍‌କୋରେ ଡିଜିଏମ୍‌ ଥିଲେ। ଦାଦା ସୁଶାନ୍ତ ନାଥ ମଧ୍ୟ ଓଡ଼ିଶା କ୍ୟାଡର୍‌ ଆଇପିଏସ୍‌।
ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍‌ ଲୋକପ୍ରିୟ। କମିସନରେଟ୍‌ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍‌ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଚର୍ଚ୍ଚାରେ ଥିଲେ।
ସାଗରିକା ନାଥ ବର୍ତ୍ତମାନ ଖୋର୍ଦ୍ଧା ଏସ୍‌ପି ଭାବେ କାର୍ୟ୍ୟ କରୁଛନ୍ତି। ଏହା ପୂର୍ବରୁ ସେ ବାଲେଶ୍ବର ଏବଂ ସୁନ୍ଦରଗଡ଼ରେ ଏସ୍‌ପି ଭାବେ କାମ କରି ପ୍ରଶଂସାର ପାତ୍ରୀ ହୋଇଥିଲେ। ୩୭ ବର୍ଷୀୟା ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍‌ ଲୋକପ୍ରିୟ। କମିସନରେଟ୍‌ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍‌ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଚର୍ଚ୍ଚାରେ ଥିଲେ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ