କେନାଲକୁ ଖସିଲା କାର୍:୧୧ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ବଡ଼ ସଡକ ଦୁର୍ଘଟଣା । କେନାଲକୁ ଖସିଲା କାର୍ । ଭାରସାମ୍ୟ ହରାଇ କେନାଲକୁ ଖସି ପଡିଲା ଏସୟୁଭି ଗାଡ଼ି । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଶ୍ରଦ୍ଧାଳୁ ଆଗ୍ରାର ସେହା ଗାଁର । ସେମାନେ ଗାଡ଼ିରେ ପୃଥ୍ବୀନାଥ ମନ୍ଦିରକୁ ଦର୍ଶନ ପାଇଁ ଯାଉଥିଲେ । ଶ୍ରାବଣ ସୋମବାରରେ ପାଣି ଢାଳିବାକୁ ଯାଉଥିଲେ । ହେଲେ ଅଧା ରହିଗଲା ଶିବଙ୍କ ଦର୍ଶନ, ଅଧୁରା ରହିଗଲା ମହାଦେବଙ୍କ ମଥାରେ ପାଣି ଢାଳିବା । କାରଣ ବାଟରେ ୧୧ ଜଣ ଶବ ପାଲଟିଯାଇଥିବା ବେଳେ ୪ ଗୁରୁତର ଅଛନ୍ତି ।
ତେବେ ସୂଚନା ଅନୁସାରେ କାରରେ ୧୫ ଜଣ ଯାତ୍ରୀ ଥିଲେ । ଚାଳକ ଭାରସାମ୍ୟ ହରାଇ ଏକ କେନାଲକୁ ଗାଡ଼ି ଖସାଇ ଦେବା ଫଳରେ ଦୁର୍ଘଟଣା ହୋଇଛି । ଇକାଇଥୋକ ନିକଟରେ ଏହି ଦୁର୍ଘଟଣା ହୋଇଥିବା ବେଳେ ମୃତକଙ୍କ ମଧ୍ୟରେ ଶିଶୁ ଠାରୁ ଆରମ୍ବ କରି ବୟସ୍କ ଯାଏଁ ସମସ୍ତେ ରହିଛନ୍ତି ।
ସେପଟେ ୧୧ ଶ୍ରଦ୍ଧାଳୁଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରିବା ସହ ପ୍ରତି ମୃତକଙ୍କ ପରିବାର ପିଛା ୫ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି । ଅନ୍ୟପଟେ ଦୁର୍ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

  • Related Posts

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍